Masthead

କାଲି ଓଡ଼ିଶାରେ ମୋଦିଙ୍କ ୩ଘଣ୍ଟିଆ କାର୍ଯ୍ୟକ୍ରମ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ମାସକ ମଧ୍ୟରେ ଦ୍ବିତୀୟ ଥର ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡ଼ିଶାରେ ପ୍ରାୟ ୩ ଘଣ୍ଟା ରହିବେ ଓ ଯାଜପୁର ଜିଲ୍ଲା ଚଣ୍ଡିଖୋଲଠାରେ ଏକ ସରକାରୀ କାର୍ୟ୍ୟକ୍ରମ ଏବଂ ଏକ ସାଧାରଣ ସଭାରେ ଯୋଗଦେଇ ଫେରିଯିବାର କାର୍ୟ୍ୟକ୍ରମ ରହିଛି।
ପ୍ରଧାନମନ୍ତ୍ରୀ ମୋଦି ନିଜର ତେଲେଙ୍ଗାନା ଗସ୍ତ ଶେଷ କରି ଆସନ୍ତାକାଲି ଅପରାହ୍ନ ୨ଟା ୪୦ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ ଓ ଠାରୁ ଚଣ୍ଡିଖୋଲ ଯାଇ ୫ଟା ୪୫ ମିନିଟରେ ପହଂଚି କୋଲକାତା ଅଭିମୁଖେ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଧାନମନ୍ତ୍ରୀ ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାୟୁସେନାର ଏମଆଇ-୧୭ ହେଲିକପ୍ଟରରେ ସିଧାସଳଖ ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ।

ସେଠାରେ ସାଢ଼େ ଟାରୁ ୪ଟା ପର୍ୟ୍ୟନ୍ତ ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେବେ। ପ୍ରାୟ ୧୯ ହଜାର ୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କାର୍ପଣ ଓ ଶିଳାନ୍ୟାସ ସହ ଓଡ଼ିଶା ପାଇଁ ଅନ୍ୟ କିଛି ସ୍ୱତନ୍ତ୍ର ଘୋଷଣା କରିବାର ସମ୍ଭାବନା ରହିଛି। ଏହାପରେ ପାଖରେ ଥିବା ଏକ ପଡ଼ିଆରେ ଆୟୋଜିତ ’ମୋଦି ଗ୍ୟାରେଂଟି’ ବିଶାଳ ସଭାରେ ବିଜେପିର ହଜାର ହଜାର ନେତା, କର୍ମୀ, ସମର୍ଥକ ଓ ଶୁଭେଚ୍ଛୁଙ୍କୁ ସମ୍ବୋଧିତ କରିବେ। ମୋଦିଙ୍କ ଏହି ୪୫ ମିନିଟର ଜନସଭା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଜେପି ପକ୍ଷରୁ ଜୋରଦାର ପ୍ରୟାସ ରହିଛି। ସେଠାରୁ ପୁଣି ଥରେ ବାୟୁସେନାର ହେଲିକପ୍ଟରରେ ଭୁବନେଶ୍ୱର ବିମାନ ବନ୍ଦରକୁ ଆସିବେ। ପ୍ରାୟ ୫ଟା ୫୦ମିନିଟରେ ସେ କୋଲକାତା ଅଭିମୁଖେ ଯାତ୍ରା କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ