୨୦୨୪ରେ ମୋଦିଙ୍କ ୪୫ ରାଲି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ଲୋକସଭା ନିର୍ବାଚନ ଉପରେ ବିଜେପିର ନଜର । ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛି ବିଜେପି । ପ୍ରଚାର ଅଭିଯାନ ଆରମ୍ଭ କରିବ ବିଜେପି । ୪୫ ରୁ ଅଧିକ ବିଶାଳ ରାଲି କରିବେ ପ୍ରଧାନମନ୍ତ୍ରୀ ମୋଦି । ୨୦୧୯ ଲୋକସଭା ନିର୍ବାଚନରେ ଦଳ ହାରିଥିବା ୧୬୦ ଟି ଲୋକସଭା ଆସନ ପାଇଁ ବିଜେପି ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି। ଏହି ନିର୍ବାଚନମଣ୍ଡଳୀ ଗୁଡ଼ିକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଗା ରାଲି କରିବେ।

ବିଜେପି ଜାତୀୟ ସଭାପତି ଜେପି ନଡ୍ଡା ଏଥିପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। ରାଲିର ପ୍ରସ୍ତୁତି ପାଇଁ ବିଜେପି ଏହାର ୩ ଜାତୀୟ ସାଧାରଣ ସଚିବ ସୁନୀଲ ବଂଶଲ, ବିନୋଦ ତାୱଡ଼େ ଏବଂ ତରୁଣ ଚୁଘଙ୍କୁ ଦାୟିତ୍ୱ ଦେଇଛି। ଏହି ୧୬୦ଟି ଆସନରେ ମୋଦୀ ୪୫ରୁ ୫୫ଟି ରାଲି କରିବେ। ଲୋକସଭା ଆସନ ଗୁଡ଼ିକୁ ବିଭିନ୍ନ କ୍ଲଷ୍ଟର୍‌ରେ ବିଭକ୍ତ କରାଯାଇଛି। ପ୍ରତି କ୍ଲଷ୍ଟରରେ ୪ଟି ଆସନ ରହିଛି। ଏହି ଆସନକୁ ମଧ୍ୟ ୨ ଭାଗରେ ବିଭକ୍ତ କରାଯାଇଛି। ପ୍ରତିଟି ଭାଗରେ ୮୦ ଆସନ ରହୁଛି। ପ୍ରଥମ ୮୦ ଆସନରେ ନଡ୍ଡା ରାଲି କରିବେ ଏବଂ ଅନ୍ୟ ୮୦ ଆସନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାଲି ଓ ବୈଠକ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’