Masthead

୨୦୨୪ରେ ମୋଦିଙ୍କ ୪୫ ରାଲି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ଲୋକସଭା ନିର୍ବାଚନ ଉପରେ ବିଜେପିର ନଜର । ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛି ବିଜେପି । ପ୍ରଚାର ଅଭିଯାନ ଆରମ୍ଭ କରିବ ବିଜେପି । ୪୫ ରୁ ଅଧିକ ବିଶାଳ ରାଲି କରିବେ ପ୍ରଧାନମନ୍ତ୍ରୀ ମୋଦି । ୨୦୧୯ ଲୋକସଭା ନିର୍ବାଚନରେ ଦଳ ହାରିଥିବା ୧୬୦ ଟି ଲୋକସଭା ଆସନ ପାଇଁ ବିଜେପି ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି। ଏହି ନିର୍ବାଚନମଣ୍ଡଳୀ ଗୁଡ଼ିକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଗା ରାଲି କରିବେ।

ବିଜେପି ଜାତୀୟ ସଭାପତି ଜେପି ନଡ୍ଡା ଏଥିପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। ରାଲିର ପ୍ରସ୍ତୁତି ପାଇଁ ବିଜେପି ଏହାର ୩ ଜାତୀୟ ସାଧାରଣ ସଚିବ ସୁନୀଲ ବଂଶଲ, ବିନୋଦ ତାୱଡ଼େ ଏବଂ ତରୁଣ ଚୁଘଙ୍କୁ ଦାୟିତ୍ୱ ଦେଇଛି। ଏହି ୧୬୦ଟି ଆସନରେ ମୋଦୀ ୪୫ରୁ ୫୫ଟି ରାଲି କରିବେ। ଲୋକସଭା ଆସନ ଗୁଡ଼ିକୁ ବିଭିନ୍ନ କ୍ଲଷ୍ଟର୍‌ରେ ବିଭକ୍ତ କରାଯାଇଛି। ପ୍ରତି କ୍ଲଷ୍ଟରରେ ୪ଟି ଆସନ ରହିଛି। ଏହି ଆସନକୁ ମଧ୍ୟ ୨ ଭାଗରେ ବିଭକ୍ତ କରାଯାଇଛି। ପ୍ରତିଟି ଭାଗରେ ୮୦ ଆସନ ରହୁଛି। ପ୍ରଥମ ୮୦ ଆସନରେ ନଡ୍ଡା ରାଲି କରିବେ ଏବଂ ଅନ୍ୟ ୮୦ ଆସନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାଲି ଓ ବୈଠକ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼