ରାଷ୍ଟ୍ରନେତାଙ୍କୁ ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପବିତ୍ର ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀ । ୧୮୬୯ ଅକ୍ଟୋବର ୨ରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ଜାତିର ପିତା ମହାତ୍ମା ଗାନ୍ଧି । ସମସ୍ତଙ୍କ ପ୍ରିୟ ବାପୁ । ଭାରତୀୟ ସ୍ୱାଧୀନତା ସଂଗ୍ରାମର ମହାନାୟକ । ଦୀର୍ଘ ବର୍ଷ ଧରି ଚାଲିଥିବା ମୁକ୍ତି ଆନ୍ଦୋଳନକୁ ସଂଗଠିତ କରିଥିଲେ ମହାତ୍ମା ଗାନ୍ଧି । ତାଙ୍କରି ନେତୃତ୍ୱରେ ବ୍ରିଟିଶ ବିରୋଧରେ ଅସହଯୋଗ ଆନ୍ଦୋଳନ ଓ ପରେ ପରେ ଭାରତ ଛାଡ଼ ଆନ୍ଦୋଳନ ସଂଗଠିତ ହୋଇଥିଲା । ପୀଢି ପରେ ପୀଢି ତାଙ୍କ ଆଦର୍ଶ ଏ ଦେଶକୁ ଅନୁପ୍ରାଣିତ କରିଆସିଛି ।

ଆଜି ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଟ୍ୱିଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେଖିଛନ୍ତି, ଜନ୍ମ-ଜୟନ୍ତୀ ଉପଲକ୍ଷେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ପୂଜ୍ୟ ବାପୁଙ୍କ ଜୀବନ ଓ ଆଦର୍ଶ ଦେଶର ସମସ୍ତ ପିଢ଼ିଙ୍କୁ କର୍ତ୍ତବ୍ୟ ପଥରେ ଅଗ୍ରସର ହେବାକୁ ପ୍ରେରଣା ଦେଉଥିବ।

ସେହିଭଳି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇ ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରିଛନ୍ତି, ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ବାହାଦୁର ଶାସ୍ତ୍ରୀଜୀଙ୍କୁ ଶତ-ଶତ ପ୍ରଣାମ। ମୂଲ୍ୟବୋଧ ଏବଂ ସିଦ୍ଧାନ୍ତ ଉପରେ ପର୍ଯ୍ୟବେଶିତ ତାଙ୍କ ଜୀବନ ଦେଶବାସୀଙ୍କ ପାଇଁ ସଦାସର୍ବଦା ପ୍ରେରଣାର ସ୍ରୋତ ହୋଇ ରହିବ। ମୋଦି ଆଜି ତାଙ୍କର ସମାଧିସ୍ଥଳ ରାଜଘାଟ ଓ ଶାସ୍ତ୍ରୀଜୀଙ୍କ ସମାଧିସ୍ଥଳ ବିଜୟ ଘାଟକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!