Masthead

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ, ଜନତା ମୈଦାନରେ ଭବ୍ୟ ଆୟୋଜନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଓଡ଼ିଶାକୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା । ଏଥିପାଇଁ ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ । ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ।

ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି। ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜର ପ୍ରଥମ ସମ୍ବୋଧନରେ କହିଛନ୍ତି, ଓଡ଼ିଶା ବାସୀ ଯେଉଁ ଆଶା ଆକାଂକ୍ଷା ନେଇ ୨୪ ବର୍ଷର ସରକାରକୁ ବଦଳାଇଛନ୍ତି ଏବଂ ଓଡ଼ିଶାର ବିକାଶ ପାଇଁ ବିଜେପି ପ୍ରତି ଆସ୍ଥା ପ୍ରକଟ କରିଛନ୍ତି, ଆଗାମୀ ଦିନରେ ବିଜେପି ତାହାକୁ ନିଶ୍ଚିତ ରୂପେ ପୂରଣ କରିବ। ଏଥିସହ ଓଡ଼ିଶାକୁ ଭାରତର ୧ ନମ୍ବର ରାଜ୍ୟରେ ପରିଣତ କରିବା ପାଇଁ ସଂକଳ୍ପ ନେଉଛି ବୋଲି କହିଛନ୍ତି ମୋହନ ମାଝୀ। ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଗତକାଲି ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କ ସହ ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀ, ଲୋକସଭା ସାଂସଦ ଓ ବିଧାୟକମାନେ ଯୋଗ ଦେଇଥିଲେ। ଘଣ୍ଟାଏରୁ ଅଧିକ ସମୟର ବୈଠକ ପରେ, ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଥିଲେ ରାଜନାଥ ସିଂ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍