Masthead

ଦୁର୍ଘଟଣାରେ ଦୁଇ ମୃତ

ମୋହନା(ବଡ଼ ଖବର ବ୍ୟୁରୋ): ଦୁଇ ବାଇକ୍ ମଧ୍ୟରେ ଧକ୍କା । ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ । ଗଜପତି ଜିଲ୍ଲା ଅଡବା ଥାନା ଆଲିଗର୍ଡା-ଦମାଦୁଆ ରାସ୍ତାରେ ଆଜି ଘଟିଛି ଏହି ଦୁର୍ଘଟଣା । ମୃତକ ହେଲେ ଛେଳିଗଡ଼ର ରିଗନ ବୀର ଓ ଦମାଦୁଆର ସିନୁ ନାଚ । ରିଗନ ନିଜ ବାପାଙ୍କ ସହ ଛେଳିଗଡ଼ରୁ ଦମାଦୁଆ ଯାଉଥିଲେ । ସେପଟେ ଦମାଦୁଆରୁ ସିନୁ ଅନ୍ୟ ଦୁଇ ସାଙ୍ଗଙ୍କ ସହ ଅନ୍ୟ ଏକ ବାଇକ୍ରେ ଆସୁଥିଲେ । ଆଲିଗଣ୍ଡ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଦୁଇ ବାଇକଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଆରୋହୀ ଗୁରୁତର ହୋଇଥିଲେ । ଆହତମାନଙ୍କୁ ପ୍ରଥମେ ହୋହନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ପୋଲିସ ଏହି ଘଟଣାର ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ