Masthead

ପୁଣି ଜନନୀ ଯନ୍ତ୍ରଣା, ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ ମହିଳା

ମୋହନା (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ମୋହନା ବ୍ଲକ ଜକରା ପଲୀ ଗ୍ରାମରେ ଦେଖିବାକୁ ମିଳିଛି ପୁଣି ଏକ ଜନନୀ ଯନ୍ତ୍ରଣା । ଗାଁକୁ ପହଞ୍ଚି ପରିଲା ନାହିଁ ଆମ୍ବୁଲାନ୍ସ । ଫଳରେ ଜକରା ପଲୀ ଗ୍ରାମର ଅୱୀକା ରଇତଙ୍କୁ ୨ କିଲୋମଟର ଷ୍ଟ୍ରେଚରରେ ବୋହିଲେ ଗ୍ରାମବାସୀ । ଗାଁ କୁ ଯିବା ପାଇଁ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ପହଞ୍ଚି ପାରନଥିବା ଜଣାପଡ଼ିଛି । ଅୱୀକାଙ୍କ ଅବସ୍ଥା ଗୁରୁତର ହେବାରୁ ଘର ଲୋକେ ରେ ୧୦୮କୁ ଯୋଗାଯୋଗ କରିଥିଲେ । ଆମ୍ବୁଲାନ୍ସ ଆସିଥିଲା କିନ୍ତୁ ରାସ୍ତା ଅବସ୍ଥା ଶୋଚନୀୟ ଥିବାରୁ ଗ୍ରାମ ପୂର୍ବରୁ ୨କି.ମି. ଦୂରରେ ଅଟକି ଗଲା ।

ସେଠାରୁ ୧୦୮ର ଫାର୍ମାଶିଷ୍ଟ ବିଦ୍ୟାଧର ସାହୁ ଓ ଆଟେଡ଼େଣ୍ଟ ଜସୀଅ ସବର ଗାଁରେ ପହଞ୍ଚି ପାହାଡିଆ ମାଟି ପଥରୀଆ ଓ ନଦୀ ପାଣୀ ରାସ୍ତାରେ ଚଢି ଗାଁ ଲୋକଙ୍କ ସହଯୋଗରେ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ । ସେଠାରୁ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ବର୍ତମାନ ମାଆ ସୁସ୍ଥ ଥିବା ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା