Masthead

କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ମୋ’ ଚିଠିକୁ ଗୁରୁତର ସହ ନେଇଥିବାରୁ ମିଡିଆକୁ ଧନ୍ୟବାଦ ଜଣାଉଛି। ପରବର୍ତ୍ତୀ ସମୟରେ କଂଗ୍ରେସ ପଦକ୍ଷେପ ନେବ ଭାବୁଛି। କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛି। କିନ୍ତୁ ମୋ’ ବିଚାରଧାରାରୁ କଂଗ୍ରେସକୁ କେହି ଦୂରେଇ ପାରିବେନି। ଭାବିଥିଲି କଂଗ୍ରେସ ସୁଧାର ଆଣିବ, କିନ୍ତୁ ମୋ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି।

ଦଳକୁ ଆଇନ ଦେଖାଇବାରୁ ଯଦି କାର୍ଯ୍ୟାନୁଷ୍ଠାନ ହୋଇଛି, ଏହାକୁ ଗ୍ରହଣ କରୁଛି। ମୁଁ ୨୪ ଘଣ୍ଟା ସମାଜ ପାଇଁ କାମ କରିବି, ରାଜନୀତି ଗୋଟିଏ ପ୍ଲାଟଫର୍ମ। ଆଗକୁ ରାଜନୀତି ଜାରି ରହିବ, ଏଥିରେ ବିରାମ ନାହିଁ ବୋଲି ମୋକିମ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ସମର୍ଥକ, ଶୁଭେଚ୍ଛୁଙ୍କ ସହ ଆଲୋଚନା ପରେ ପରବର୍ତ୍ତୀ ପଦକ୍ଷେପ ନେବି। ଆମେ ରାହୁଲଙ୍କୁ ଅନୁସରଣ କରୁଥିଲୁ, ସେ କୁହନ୍ତି କଂଗ୍ରେସ କାହାକୁ ଡରେନି। ତେଣୁ ମୁଁ କାହାକୁ ନ ଡରି ଚିଠି ଲେଖିଲି, କିନ୍ତୁ ମୋ ଉପରେ କାର୍ଯ୍ୟାନୁଷ୍ଠାନ ହେଲା। ଯାହା କହିଛି ସେଥିରେ ଅନୁଶୋଚନା ନାହିଁ, ଆଗକୁ କଂଗ୍ରେସ ପାଇଁ ଭଲ ହେବ ବୋଲି ଭାବୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛନ୍ତି ମହାମହିମ, ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି 🔴 ଜଳୁଛି ଚକ୍ଷୁ ଚିକିତ୍ସାଳୟ 🔴 କୁହୁଡ଼ି ପାଇଁ ୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ 🔴 ବଡ଼ଧରଣର ବିମାନ ଦୁର୍ଘଟଣା, ସାଂସଦଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆସୁଛନ୍ତି ମହାମହିମ, ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି 🔴 ଜଳୁଛି ଚକ୍ଷୁ ଚିକିତ୍ସାଳୟ 🔴 କୁହୁଡ଼ି ପାଇଁ ୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ 🔴 ବଡ଼ଧରଣର ବିମାନ ଦୁର୍ଘଟଣା, ସାଂସଦଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର