କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ମୋ’ ଚିଠିକୁ ଗୁରୁତର ସହ ନେଇଥିବାରୁ ମିଡିଆକୁ ଧନ୍ୟବାଦ ଜଣାଉଛି। ପରବର୍ତ୍ତୀ ସମୟରେ କଂଗ୍ରେସ ପଦକ୍ଷେପ ନେବ ଭାବୁଛି। କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛି। କିନ୍ତୁ ମୋ’ ବିଚାରଧାରାରୁ କଂଗ୍ରେସକୁ କେହି ଦୂରେଇ ପାରିବେନି। ଭାବିଥିଲି କଂଗ୍ରେସ ସୁଧାର ଆଣିବ, କିନ୍ତୁ ମୋ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି।

ଦଳକୁ ଆଇନ ଦେଖାଇବାରୁ ଯଦି କାର୍ଯ୍ୟାନୁଷ୍ଠାନ ହୋଇଛି, ଏହାକୁ ଗ୍ରହଣ କରୁଛି। ମୁଁ ୨୪ ଘଣ୍ଟା ସମାଜ ପାଇଁ କାମ କରିବି, ରାଜନୀତି ଗୋଟିଏ ପ୍ଲାଟଫର୍ମ। ଆଗକୁ ରାଜନୀତି ଜାରି ରହିବ, ଏଥିରେ ବିରାମ ନାହିଁ ବୋଲି ମୋକିମ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ସମର୍ଥକ, ଶୁଭେଚ୍ଛୁଙ୍କ ସହ ଆଲୋଚନା ପରେ ପରବର୍ତ୍ତୀ ପଦକ୍ଷେପ ନେବି। ଆମେ ରାହୁଲଙ୍କୁ ଅନୁସରଣ କରୁଥିଲୁ, ସେ କୁହନ୍ତି କଂଗ୍ରେସ କାହାକୁ ଡରେନି। ତେଣୁ ମୁଁ କାହାକୁ ନ ଡରି ଚିଠି ଲେଖିଲି, କିନ୍ତୁ ମୋ ଉପରେ କାର୍ଯ୍ୟାନୁଷ୍ଠାନ ହେଲା। ଯାହା କହିଛି ସେଥିରେ ଅନୁଶୋଚନା ନାହିଁ, ଆଗକୁ କଂଗ୍ରେସ ପାଇଁ ଭଲ ହେବ ବୋଲି ଭାବୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’