Masthead

ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଲାଗିଛି ଶକ୍ତ ଝଟକା । ମହଙ୍ଗା ପଡିଛି ଦଳୀୟ ନେତୃତ୍ବକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିବା । ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯାଇଛି । କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ବିଦା ହୋଇଛନ୍ତି ମୋକିମ୍ । କିନ୍ତୁ ଏଯାବତ୍ ଚୁପ୍ ଅଛନ୍ତି ମହମ୍ମଦ ମୋକିମ୍ ଏବଂ ଝିଅ ତଥା ବିଧାୟିକା ସୋଫିଆ ଫିର୍ଦ୍ଦୋଷ୍ ।ଦଳରେ ସଂସ୍କାର ଆଣିବା ପାଇଁ ମୋକିମ୍ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖିବା ପରେ ଏବେ ହରଡଗଣାରେ ପଡିଛନ୍ତି ପୂର୍ବତନ ବିଧାୟକ ।

କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ରବିବାର ନୂଆଦିଲ୍ଲୀରେ ମୁହଁ ଖୋଲିଥିଲେ ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଥିଲେ, ଯେଉଁମାନେ ବିଜେପି ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖାର୍ଗେ ଦଳକୁ ଆଗକୁ ନେଉଛନ୍ତି। କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବା ଠିକ୍‌ ନୁହେଁ ବୋଲି ଭକ୍ତ କହିଥିଲେ। ମୋକିମ୍ କହିଥିଲେ, ସେ କାହା ବିରୋଧରେ କିଛି କହିବେ ନାହିଁ। ମାତ୍ର ସେ ‘ମୁଣ୍ଡରେ କଫନ୍‌ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛନ୍ତି’ ଏବଂ ‘ଯାହା କରୁଛି ସବୁ ଭୁଲ ଓ ଠିକ୍‌ ମୋର’।

ମୋକିମ୍‌ ବାରମ୍ବାର ନିର୍ବାଚନ ହାରୁଥିବା ବରିଷ୍ଠ ନେତାମାନଙ୍କୁ ପଦପଦବୀ ନ ନେଇ ‘ମାର୍ଗଦର୍ଶକ’ ହେବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯୁବକଙ୍କୁ ନେତୃତ୍ୱ ଦେବା ପାଇଁ ବାଟ ଛାଡ଼ନ୍ତୁ। କଂଗ୍ରେସକୁ ପୁନର୍ଜୀବନ ଦରକାର ଥିବାରୁ ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ୱ ଆବଶ୍ୟକ। ତିନି ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତ ଦାସଙ୍କୁ ୨୦୨୫ ରେ ନେତୃତ୍ୱ ମିଳିଛି। ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ୱରେ ୮୩ ହଜାର ଭୋଟ୍‌ରେ ହାରିଥିବା ଓ ତାଙ୍କ ସଂସଦୀୟ କ୍ଷେତ୍ରର କର୍ମୀ ତାଙ୍କୁ ବିଶ୍ୱାସ କରୁ ନ ଥିବା ଯୋଗୁ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ୱ ଦେବା ଅସମ୍ଭବ ବ୍ୟାପାର। ସେହିପରି ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ ପାଇଲା ଏବଂ ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ