Masthead

ଜୁନ ୧୫ରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ । ପ୍ରଭାବରେ ନିକୋବର ଆଣ୍ଡାମାନ ସାଗର ଦ୍ୱୀପରେ ବର୍ଷା ଜାରି , ଜୁନ ୧୫ରେ ଓଡ଼ିଶା ଛୁଇଁବା ସମ୍ଭାବନା  ।  ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଚଳିତ ବର୍ଷର ପ୍ରଥମ ବାତ୍ୟା । ଏନେଇ ଆଶଙ୍କା ପ୍ରକାଶ କରିଛନ୍ତି ପାଣିପାଗ ବିଶେଷଜ୍ଞ । ସେପଟେ ଲୋକଙ୍କୁ ଭୟଭିତ ନହେବାକୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।

ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାରେ ପରିଣତ ହେବ କି ନାର୍ହିଁ ତାହା ସ୍ପଷ୍ଟ ହେବ । ସେପଟେ ୨୧ ତାରିଖ ଯାଏ ପଶ୍ଚିମ ଏବଂ ଆଭ୍ୟନ୍ତରିଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଛି । ସ୍ୱାଭାବିକଠାରୁ ତାପମାତ୍ରର ୨ରୁ ୪ ଡିଗ୍ରୀ ଅଧିକ ରହିବା ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୨୧ ତାରିଖରେ ରାଜ୍ୟରେ କିଛି ସ୍ଥାନରେ କାଳବୈଶାଖୀ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା