Masthead

ଆସୁଛି ଲଘୁଚାପ, ଫିକା ପଡ଼ିବ ପାର୍ବଣ !

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ  ): ଆସନ୍ତା ୨୪ ଘଣ୍ଟା ଭିତରେ ଫିଲିଫାଇନସ୍‌ର ପଶ୍ଚିମରେ ଗଭୀର ଅବପାତ  ବାତ୍ୟା ରୂପ ନେବ। ଏହା ଦକ୍ଷିଣ ଚୀନ୍‌ ସାଗର ଅତିକ୍ରମ କରି ଭିଏତନାମ ଉପକୂଳରେ ସ୍ୱଳ୍ପ ବର୍ଷା କରିବ । ଏହାର ଅବଶିଷ୍ଟ ଅଂଶ ମିଆଁମାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏହା କ୍ରମଶଃ ଘନୀଭୂତ ହୋଇ ପ୍ରଥମେ ଉତ୍ତର ପଶ୍ଚିମ ଦିଗରେ ଯିବ । ପୁଣି ଏହା ଅଧିକ ଘନୀଭତ ହୋଇ ପଶ୍ଚିମ ଦିଗରେ ଯିବ ଓ ଆନ୍ଧ୍ର ଉପକୂଳକୁ ମୁହାଁଇବ । ଏହାର ପ୍ରଭାବରେ ରାଜ୍ୟରେ କିଛି ଅଂଶରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ପାର୍ବଣ ଆଗକୁ ଥିବାରୁ ଏହାର ପ୍ରଭାବ ମଧ୍ୟ ପଡ଼ିପାରେ। ତେବେ ରାଜ୍ୟରେ ଅଧିକ ପବନର ସମ୍ଭାବନା ନାହିଁ । ତେବେ ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ  ଡ. ସୁରେନ୍ଦ୍ରନାଥ ପଶୁପାଳକ।

https://twitter.com/mcbbsr/status/1445660790141292544?s=20

ସାଧାରଣତଃ ଅକ୍ଟୋବର ମାସରେ ଅଧିକ ବାତ୍ୟା ହୁଏ । ଆସନ୍ତା ଅକ୍ଟୋବର ୧୫, ୧୬ ଓ ୧୭ ତାରିଖରେ ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ ବୋଲି ଆକଳନ କରିଯାଇଛି। ପୁଣି କେନ୍ଦ୍ରୀୟ ବଙ୍ଗୋପସାଗର ଓ ବାୟୁମଣ୍ଡଳର ପରିସ୍ଥିତି ଆନ୍ଧ୍ରରେ ସୃଷ୍ଟ ଅବପାତକୁ ଅଧିକ ଘନୀଭୂତ କରିବା ପାଇଁ ପାଗ ଅନୁକୂଳ ରହୁଛି । ତେବେ ଯଦି ଏହା ସମୁଦ୍ରରେ ୫ ଦିନରୁ ଅଧିକ ରହିବ ଏହା ବଳଶାଳୀ ହୋଇ ବାତ୍ୟା ରୂପ ନେବ । କିନ୍ତୁ ଏହା ଗୁଲାବ ପରି ଅପେକ୍ଷାକୃତ ଛୋଟ ବାତ୍ୟା ହେବ ବୋଲି ପ୍ରାଥମିକ ଆକଳନ କହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ