Masthead

୩୧ ସୁଦ୍ଧା ମୌସୁମୀ ଛୁଇଁପାରେ କେରଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ମେ ୩୧ ତାରିଖ ସୁଦ୍ଧା ମୌସୁମୀ ଛୁଇଁପାରେ କେରଳ ଉପକୂଳ । ଏମିତି ଆକଳନ ଦେଖାଇଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) । ସାଧାରଣତଃ ଜୁନ ୧ ତାରିଖରେ ମୌସୁମୀ କେରଳ ପହଞ୍ଚିଥାଏ । ଏବେଠାରୁ କେରଳରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ ସ୍ବାଭାବିକ ଠାରୁ ଅଧିକ ବର୍ଷା । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପୂର୍ବରୁ ଆସିଲା ଆଇଏମଡି ପୂର୍ବାନୁମାନ ।

ଏପ୍ରିଲରେ ମଧ୍ୟ ସମାନ ପୂର୍ବାନୁମାନ କରିଥିଲା ଭାରତୀୟ ପାଣିପାଗ ବିଭାଗ । ଏବର୍ଷ ଜୁନରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଦେଶରେ ହାରାହାରି ୧୦୬ ପ୍ରତିଶତ ବର୍ଷା ହେବ ବୋଲି ଆକଳନ କରିଛି ଆଇଏମଡି । କେନ୍ଦ୍ରୀୟ ଏବଂ ଦକ୍ଷିଣ ଭାରତରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହେବ। ୧୦୬ ପ୍ରତିଶତରୁ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଇଏମଡି । ସେହିଭଳି ଉତ୍ତର-ପୂର୍ବ ଭାରତରେ ସ୍ବାଭାବିକ ଠାରୁ କମ ବୃଷ୍ଟିପାତ ହେବ । ୯୪ ପ୍ରତିଶତରୁ କମ ବୃଷ୍ଟିପାତ ହୋଇପାରେ । ଉତ୍ତରପଶ୍ଚିମ ଭାରତରେ ସ୍ବାଭାବିକ ବୃଷ୍ଟିପାତ ହେବ । ଓଡ଼ିଶାରେ ସ୍ବାଭାବିକ ଠାରୁ କମ ବୃଷ୍ଟିପାତ ହେବ । ତେବେ ଜୁନରେ ସ୍ବାଭାବିକ ଠାରୁ କମ ରହିବ ବୃଷ୍ଟିପାତ ।

ଆସନ୍ତା୪ ଦିନ ଭିତରେ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି ବୋଲି ଆଇଏମଡି ଡିଜି କହିଛନ୍ତି । ଅନ୍ୟପଟେ ଏବର୍ଷ ଜୁନ ମାସରେ ଉତ୍ତରପଶ୍ଚିମ ଭାରତ ଏବଂ ଏହାର ଆଖପାଖ ଅଞ୍ଚଳରେ ତୁଳନାତ୍ମକ ଭାବେ ଅଧିକ ଦିନ ଗ୍ରୀଷ୍ମ ଲହରୀ ଅନୁଭୂତ ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି । ଏବେ ଉତ୍ତର ଭାରତରେ ଭୀଷଣ ଗ୍ରୀଷ୍ମ ଲହରୀ ଜାରି ରହିଛି । ରାଜସ୍ଥାନରେ ୫୦ ଡିଗ୍ରୀ, ଦିଲ୍ଲୀରେ ୪୮ ଡିଗ୍ରୀ ଟପିଛି ପାରଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ