Masthead

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ କମ୍ପିବ ବିଧାନସଭା । କଂଗ୍ରେସ ଆଣିବ ଅନାସ୍ଥା । ଆଇନଶୃଙ୍ଖଳା, ଚାଷୀ ସହ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେଡି ।ଏହି ଅଧିବେଶନ ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ମଝିରେ ଗୋଟିଏ ଦିନ ସରକାରୀ ଛୁଟି ଥିବାବେଳେ ୭ଟି କାର୍ଯ୍ୟ ଦିବସ ରହିଛି । ଏହି ସ୍ୱଳ୍ପକାଳୀନ ଅଧିବେଶନ ବେଶ୍‌ ସରଗରମ ରହିବା ସମ୍ଭାବନା ଅଛି । ଉଭୟ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ସରକାରଙ୍କୁ ଘେରିବାକୁ ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛନ୍ତି ।

କଂଗ୍ରେସ ଦଳ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଘୋଷଣା କରିଥିବାବେଳେ ବିଜେଡି ନାରୀ ସୁରକ୍ଷା, ସାର ଅଭାବ, ପଞ୍ଚାୟତ ବ୍ୟବସ୍ଥାରେ ଅଫିସରଙ୍କ କ୍ଷମତା ବୃଦ୍ଧିକୁ ପ୍ରମୁଖ ପ୍ରସଙ୍ଗ କରିବ । ଗୁରୁବାର ବିଜେପି ବିଧାୟକ ଦଳ ବୈଠକରେ ଚଳିତ ଅଧିବେଶନ ନେଇ ରଣନୀତି ନିର୍ଦ୍ଧାରଣ ହେବ । ପ୍ରଥମ ଦିନରେ ଦିବଙ୍ଗତ ସଦସ୍ୟ ଓ ପୂର୍ବତନ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ । ବଜେଟ ଅଧିବେଶନ ପରେ ଦୀର୍ଘ ୫ ମାସ ପରେ ବିଧାନସଭା ଅଧିବେଶନ ବସୁଥିବାରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପସ୍ଥାପନ ହେବା ସମ୍ଭାବନା ଅଛି ।

ଅଧିବେଶନର ଅବଧି କମ୍ ଥିଲେ ବି ବିଭିନ୍ନ ଦୃଷ୍ଟିକୋଣରୁ ଏହା ବେଶ୍‌ ଗୁରୁତ୍ବ ବହନ କରୁଛି। ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ନାରୀ ନିର୍ଯାତନା ଓ ସାର ଅଭାବ ପ୍ରସଙ୍ଗରେ ବିରୋଧୀ ଦଳ ସରକାରଙ୍କୁ ଜୋର୍‌ଦାର ଆକ୍ରମଣ କରିବାର ସମ୍ଭାବନା ରହିଛି । କଂଗ୍ରେସ ଏନେଇ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିପାରେ । ସେହିପରି ଚାଷୀ ସମସ୍ୟା, ସାର ଅଭାବ ସହ ଅନ୍ୟାନ୍ୟ ପ୍ରସଙ୍ଗରେ ସରକାରଙ୍କୁ ବିଜେଡି ମଧ୍ୟ ଶଣ୍ଢୁଆଶୀ ଆକ୍ରମଣ କରିବ । ବୁଧବାର କଂଗ୍ରେସ ଓ ବିଜେଡି ପକ୍ଷରୁ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରାଯାଇଛି। ସେପଟେ ଆଜି ଅଧିବେଶନ ପୂର୍ବରୁ ବସିବ ବିଜେପି ବିଧାୟକ ଦଳ ବୈଠକ। ବିରୋଧୀ ଗୃହରେ ଯେଉଁ ଯେଉଁ ପ୍ରସଙ୍ଗ ଉଠାଇବେ ସଫଳତାର ସହ ଏହାକୁ ମୁକାବିଲା କରିବାକୁ ରଣନୀତି ପ୍ରସ୍ତୁତ କରିବ ଶାସକ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ