Masthead

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡିଶା ଛୁଇଁଲା ମୌସୁମୀ । ଦକ୍ଷିଣ ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୋସୁମୀ ବାୟୁ । ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରାରାଜ୍ୟକୁ ଛୁଇଁବ ମୌସୁମୀ ବାୟୁ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନକୁ ଭିତ୍ତି କରି ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ପାଣିପାଗ ବିଭାଗର ସୂଚନା ଅନୁସାରେ, ଉତ୍ତର ବଙ୍ଗୋସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହା ମୌସୁମୀ ପ୍ରବେଶର ଅନୁକୂଳ ପରିବେଶ ସୃଷ୍ଟି କରିବ। ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେଣୁ ପ୍ରବଳ ବର୍ଷାର ପ୍ରଭାବରେ ରାଜ୍ୟର ଅଧିକାଂଶ ନଦୀରେ ବନ୍ୟା ଜଳ ଆସିପାରେ। ଏପରିକି ପାହାଡ଼ିଆ ଅଞ୍ଚଳରେ ଅତଡ଼ା ଖସିବା ଆଶଙ୍କା ଥିବା ବେଳେ, ସମୁଦ୍ର ଜୁଆରିଆ ଓ ଅଶାନ୍ତ ରହିବ। ୧୧ ତାରିଖ ପରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରିଦିଆଯାଇଛି। କ୍ଷୟକ୍ଷତି ରୋକିବା ଲାଗି ଆଗୁଆ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ସହିତ ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକ ପ୍ରସ୍ତୁତ ରଖିବା ଲାଗି କୁହାଯାଇଛି। ସେହିପରି ବନ୍ୟା ମୁକାବିଲା ପାଇଁ ଦୁର୍ବଳ ନଦୀବନ୍ଧ ଉପରେ ନଜର ରଖିବାକୁ କୁହାଯାଇଛି। ସହରାଞ୍ଚଳରେ ପାଣି ଖଲାସ କରିବା ଏବଂ ତଳିଆ ଅଞ୍ଚଳରେ ଯେମିତି ପାଣି ନ ଜମିବ ସେଥିପ୍ରତି ଦୃଷ୍ଟି ରଖିବା ଲାଗି ମଧ୍ୟ କୁହାଯାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାମ୍ମୁ କାଶ୍ମୀରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ : ୩ ଯବାନଙ୍କ ମୃତ,୧୬ ଯବାନ ଆହାତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଜାମ୍ମୁ କାଶ୍ମୀରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ : ୩ ଯବାନଙ୍କ ମୃତ,୧୬ ଯବାନ ଆହାତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା