ଆସୁଛି ମୌସୁମୀ, ଆଶ୍ବସ୍ତି ପାଇବେ ଓଡ଼ିଶାବାସୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ମୌସୁମୀ । ଆସନ୍ତା ୩ରୁ ୪ ଦିନ ଭିତରେ ଓଡ଼ିଶା ଛୁଇଁପାରେ । ରାଜ୍ୟରେ ଆସନ୍ତା ୨ ଦିନ ପରେ ତାପମାତ୍ରା ୨ରୁ ୪ଡିଗ୍ରୀ ସେଲସିୟସ୍ ଖସିପାରେ । ପାଣିପାଗ ବିଭାଗଏଭଳି ପୂର୍ବାନୁମାନ କରିଛି । ଗତ କିଛି ଦିନ ହେବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ବଙ୍ଗୋପସାଗରରେ ଧୀରେ ଧୀରେ ଆଗକୁ ବଢ଼ୁଛି। ମୌସୁମୀର ଗତିକୁ ଅତି ଦ୍ରୁତକରିବା ଭଳି କୌଣସି ଶକ୍ତିଶାଳୀ ଲଘୁଚାପ କ୍ଷେତ୍ରକିମ୍ବା ଅବପାତ ଏପର୍ଯ୍ୟନ୍ତ ବଙ୍ଗୋପସାଗରରେ ସୃଷ୍ଟି ହୋଇନାହିଁ । ନିକଟରେ ସୃଷ୍ଟି ହେବାର ସଙ୍କେତ ମଧ୍ୟ ମିଳୁନାହିଁ ।

ପାଣିପାଗ ବିଭାଗର ସୂଚନା ଅନୁସାରେ ବଙ୍ଗୋପସାଗର ଓ ଆରବ ସାଗରରେ ମୌସୁମୀ ବାୟୁ ସକ୍ରିୟ ରହିଛି । ପାଗ ଅନୁକୂଳ ରହିଥିବାରୁ ମୌସୁମୀ ବାୟୁ ଦ୍ରୁତ ଗତିରେ ଉତ୍ତର ଓ ପୂର୍ବ ଭାରତ ଆଡ଼କୁ ଅଗ୍ରସର ହେଉଛି । ଫଳରେ ଖୁବ ଶୀଘ୍ର ଏହା ଓଡ଼ିଶାରେ ପ୍ରବେଶ କରିବ । ମୌସୁମୀ ଆଗମନ ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବା ସହ ତାପମାତ୍ରା ମଧ୍ୟ ହ୍ରାସ ପାଇବ । ମୌସୁମୀ ଆଗମନର ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାପ୍ରଭାବିତ ହେବେ ।

ତେବେ ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧାଜିଲ୍ଲା ଦେଇ ସାମୁଦ୍ରିକ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବାର ସବୁଠାରୁ ଅଧିକ ସମ୍ଭାବନା ଅଛି । ଏହି ସମୟ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳରୁ ଆର୍ଦ୍ରତା ଉପରକୁ ଆସୁଥିବାରୁ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁରଏବଂ ମାଲକାନଗିରି ଜିଲ୍ଲାରେ ମଧ୍ୟ ମୌସୁମୀପ୍ରବେଶ କରିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!