Masthead

୫ ଦିନ ଭିତରେ ଛୁଇଁବ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ନେଇ ପାଣିପାଗ ବିଭାଗର ଆକଳନ । ସ୍ଥିତି ଅନୁକୂଳ ଥିବାରୁ ୫ ଦିନ ଭିତରେ କେରଳ ଛୁଇଁବା ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ଆସନ୍ତା କାଲିଠାରୁ ବଢ଼ିବ ପାରଦ। ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତେବେ ଭୀଷଣ ବାତ୍ୟା ‘ରେମଲ’ ବାତ୍ୟାରେ ପରିଣତ ହୋଇଛି ।

ବର୍ତ୍ତମାନ ଓଡିଶାକୁ ଏହାର ବିଶେଷ ପ୍ରଭାବ ନାହିଁ । ରାଜ୍ୟର ସ୍ଥଳଭାଗରେ ବର୍ଷା ଘଡଘଡି ବିଜୁଳି ପବନ ହେବାର ଵିଶେଷ ସମ୍ଭାବନା ନାହିଁ । କିଛି କିଛି ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହୋଇପାରେ ।ଆସନ୍ତାକାଲି ଠାରୁ ୨-୩ ଡିଗ୍ରୀ ତାପମାତ୍ରା ବଢିବ । ଆଗାମୀ ପାଞ୍ଚଦିନ ପର୍ୟ୍ୟନ୍ତ ହିଟୱେଭ ସ୍ଥିତି ସମ୍ଭାବନା ନାହିଁ । ୯୨.୮ ମିମି ସର୍ବାଧିକ ନୟାଗଡ଼ର ରାମପୁର ଏବଂ କେନ୍ଦ୍ରାପଡା ରାଜନଗରରେ ୭୮ ମିମି ବର୍ଷା ରେକର୍ଡ଼ କରାଯାଇଛି । ୩୧ ତାରିଖ ପର୍ୟ୍ୟନ୍ତ ଏମିତି ସ୍ଥିଥି ରହିବ । କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ