Masthead

ମେ’୧୯ରେ ସୁଦ୍ଧା ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତବର୍ଷ ମଧ୍ୟ ଏହି ସମୟରେ ଉପରାକ୍ତ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ୱାଭାବିକ ସମୟରେ ଅଗ୍ରସର ହୋଇଥିଲା । ଗତବର୍ଷ ଜୁନ୍ ୮ରେ କେରଳ ଉପକୂଳରେ ୭ଦିନ ବିଳମ୍ବରେ ମୌସୁମୀ ପହଞ୍ଚିଥିଲା । ପାଖାପାଖି ୧୦ଦିନ ବିଳମ୍ବରେ ଜୁନ୍ ୨୨ ତାରିଖ ବେଳକୁ ଓଡ଼ିଶାକୁ ମୌସୁମୀ ଅଗ୍ରସର ହୋଇଥିଲା ।

ଗତବର୍ଷ ଗୁଜରାଟ ଉପକୂଳ ଛୁଇଁ ଥିବା ବିପର୍ଯ୍ୟୟ ବାତ୍ୟା ପ୍ରଭାବରେ ଉତ୍ତରପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଶୁଷ୍କ ଗରମ ବାୟୁର ପ୍ରବେଶ ଯୋଗୁ ଜୁନ ପ୍ରାରମ୍ଭରେ ମୌସୁମୀ ପ୍ରବେଶ ବିଳମ୍ବ ହୋଇଥିଲା ଏବଂ ପାଖାପାଖି ୩୭% କମ୍‌ ବର୍ଷା ରେକର୍ଡ କରାଯାଇଥିଲା। ଏଥିସହ ୧୨ଦିନ ଗ୍ରୀଷ୍ମ ପ୍ରବାହ ମଧ୍ୟ ଅନୁଭୂତ ହୋଇଥିଲା। ସାଧାରଣତଃ ମୌସୁମୀ ଆଣ୍ଡାମାନ ସାଗରକୁ ପ୍ରବେଶ କରିବା ପରେ ଯଦି ବାତ୍ୟା କିମ୍ବା ଅବପାତ ପାଣିପାଗ ପ୍ରକ୍ରିୟା ସୃଷ୍ଟି ନ ହୁଏ, ତେବେ କେରଳ ତଥା ଓଡ଼ିଶାକୁ ସମୟ ପୂର୍ବରୁ ମୌସୁମୀ ଅଗ୍ରସର ହେବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ପାଣିପାଗ ବିଭାଗ କହିଛି।

ଏପଟେ ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ସୋମବାର ଭଦ୍ରକ, ଦାରିଙ୍ଗବାଡ଼ି, ବାରିପଦାରେ ବର୍ଷା ହୋଇଥିବାବେଳେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଝଡ଼ତୋଫାନ ହେବ। ଏସବୁ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କି.ମି. ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ