ବର୍ତ୍ତିଗଲା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଳ ପ୍ରକ୍ରିୟା । ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହେଲା ବାତ୍ୟା ମୋନ୍ଥା । ଆନ୍ଧ୍ର ପ୍ରଦେଶର ନରସାପୁରରେ ସ୍ଥଳଭାଗ ଛୁଇଁଛି ଭୀଷଣ ବାତ୍ୟା । ରାତି ୧୧ଟା୩୦ ରୁ ୧୨ଟା ୩୦ ମଧ୍ୟରେ ଲ୍ୟାଣ୍ଡଫଲ ହୋଇଥିବା ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି । ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୮୫ରୁ୯୫ କିଲୋମିଟର ପ୍ରତିଘଣ୍ଟା ଥିଲା । ବାତ୍ୟା ପ୍ରଭାବରେ ଏବେ ବି ବର୍ଷା ଲାଗି ରହିଛି । ବର୍ତ୍ତିଗଲା ଓଡ଼ିଶା ।ଆନ୍ଧ୍ର ଉପକୂଳ ଅଶାନ୍ତ ହେବା ସହିତ ସମୁଦ୍ରରେ ଉଚ୍ଚ ଢେଉ କୂଳ ଲଂଘିଛି ।

କେଉଁଠି ୨୦୦ ମିଟର ତ ଆଉ କେଉଁଠି ୫ ଶହ ମିଟର ପର୍ଯ୍ୟନ୍ତ ସ୍ଥଳଭାଗକୁ ସମୁଦ୍ର ମାଡ଼ି ଆସିଥିଲା, କିନ୍ତୁ ଓଡ଼ିଶାରେ ଯାହା ଆକଳନ କରାଯାଉଥିଲା, ସେଭଳି କ୍ଷୟକ୍ଷତି ହୋଇନାହିଁ । କେବଳ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାରୁ କେତେକ ସ୍ଥାନରେ ଭୂସ୍ଖଳନ ସାଙ୍ଗକୁ ପାହାଡ଼ ଧସିଛି । ଗଜପତି, ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଛି ।

ସେପଟେ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମୋନ୍ଥା । କାକିନାଡାର ଦକ୍ଷିଣ ପଟେ ଥିବା ନର୍ସାପୁରମରେ ସ୍ଥଳଭାଗ ଅତିକ୍ରମ କରିଛି ବାତ୍ୟା । ଆନ୍ଧ୍ରପ୍ରଦେଶର ଅମଲାପୁରମରୁ 45 କିମି ଦୂର ନର୍ସାପୁରମ । ବର୍ତ୍ତମାନ ୧୦କିମି ବେଗରେ ମୋନ୍ଥା ଆଗକୁ ବଢୁଥିବା ବେଳେ ଆଗାମୀ ୬ ଘଣ୍ଟା ମଧ୍ୟରେ ତାହା ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟା ଏବଂ ପରେ ଗଭୀର ଅବପାତରେ ପରିଣତ ହେବ । କିନ୍ତୁ ପ୍ରଭାବରେ ବର୍ଷା ଲାଗି ରହିବ । ଓଡ଼ିଶାରେ ଏନେଇ 5 ଜିଲ୍ଲାକୁ ରେଡ ୱାର୍ଣ୍ଣି ଦିଆଯାଇଥିବା ବେଳେ 4 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବୁଧବାର ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି  ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ୨୯ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଘଣ୍ଟାପ୍ରତି ୪୫ରୁ ୬୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାପରେ ଧୀରେ ଧୀରେ ପବନର ବେଗ ହ୍ରାସ ପାଇବ। ୨୯ ତାରିଖ ସକାଳ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ଅକ୍ଟୋବର ୩୦ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ, କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’