Masthead

୩୧ ତାରିଖରୁ ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଆସନ୍ତା ୩୧ ତାରିଖରୁ ବର୍ଷା ବଢ଼ିବ । ସେପ୍ଟେମ୍ବର ୩  ତାରିଖ ପର୍ଯ୍ୟନ୍ତ ବର୍ଷା ପ୍ରକୋପ  ଅଧିକ ରହିବ । ପାଣିପାଗ ବିଭାଗ  ପୂର୍ବାନୁମାନରୁ ଏଭଳି ସୂଚନା ମିଳିଛି । ରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଆସନ୍ତା କାଲିଠୁ ପୁଣି ବଢିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ, ଉତ୍ତର ଓ ପଶ୍ଚିମ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ।

ସକାଳୁ ସକାଳୁ ଟୁଇନ ସିଟି କଟକ-ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ସେପଟେ କାଲି ପ୍ରବଳ ବର୍ଷା ହେବା ନେଇ ସାରା ରାଜ୍ୟକୁ ଜାରି ହୋଇଛି ୟେଲୋ ଆଲର୍ଟ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିଭଳି ସେପ୍ଟେମ୍ବର ୧ ତାରିଖରେ ବି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି । ୨ ତାରିଖରେ ବି ସବୁ ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ଆଲର୍ଟ । ଏହିପରି ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା