Masthead

‘ରାଜ୍ୟରେ ଖାଲିପଡିଛି ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଖାଲିପଡିଛି ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋଟ ୧୭ ହଜାର ୭୬୧ ଶିକ୍ଷକ ପଦବୀ ଖାଲି ଅଛି । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନିତ୍ୟାନନ୍ଦ କହିଛନ୍ତି ଖୁବଶୀଘ୍ର ୧୬୫୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ପଦ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଷ୍ପତ୍ତି ନେଇଛନ୍ତି ।

ବିଭିନ୍ନ ସ୍କୁଲର ନିଜସ୍ୱ ଜମି ନଥିବା କଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅବଗତ ଅଛନ୍ତି । ସେ ଓ ରାଜସ୍ୱ ମନ୍ତ୍ରୀ ଏ ଦିଗରେ ଆଲୋଚନା କରିଛନ୍ତି ବୋଲି କହିଛନ୍ତି । ପ୍ରତି ପଞ୍ଚାୟତରେ ଥିବା ସ୍କୁଲଗୁଡିକ ଶିକ୍ଷକ ଅଭାବରୁ ବନ୍ଦ ହୋଇଯାଉଛି । ସେଗୁଡିକ କିପରି ଅପଗ୍ରେଡ଼ କରି ବଞ୍ଚାଇ ରଖାଯାଇପାରିବ । ସେଥିପ୍ରତି କି ପଦକ୍ଷେପ ସରକାର ନେଉଛନ୍ତି ବୋଲି ପ୍ରଶ୍ନ କରିଥିଲେ ବିଜେଡ଼ି ବିଧାୟକ ବଦ୍ରି ପାତ୍ର । ଯାହାର ଉତ୍ତର ରଖିଛନ୍ତି ନିତ୍ୟାନନ୍ଦ ଗଣ୍ଡ ।

ଘସିପୁରା ବିଧାୟକ ବଦ୍ରି ପାତ୍ର ଉଠାଇଲେ ୬୧୦ ବର୍ଗ ହାଇସ୍କୁଲ ପ୍ରସଙ୍ଗ । ଏହି ସ୍କୁଲ ଗୁଡିକରେ ଶିକ୍ଷକ ନିଯୁକ୍ତି ପ୍ରବଧାନ ନାହିଁ । ଯେଉଁଥି ପାଇଁ ଜଣେ ଶିକ୍ଷକ ଅବସର ନେବା ପରେ, ଆଉ ନିଯୁକ୍ତି ହେଉନି। ଏପରିକି ଏମ ଇ ସ୍କୁଲ ଅବସ୍ଥା ଵି ସମାନ । ଏହାକୁ ଅପଗ୍ରେଡ଼ କରିବାକୁ ଦାବି କଲେ ବଦ୍ରି ପାତ୍ର । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଲେ ଯେ ନିଯୁକ୍ତି ଚାଲିଛି । ୬୧୦ ବର୍ଗ ହାଇସ୍କୁଲ ସମ୍ପର୍କରେ ତର୍ଜମା କରି ଆବଶ୍ୟକ ପଦକ୍ଷେପ ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି