Masthead

ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜମ୍ମୁ ଏବଂ କଶ୍ମୀରରେ ପ୍ରବଳ ବର୍ଷା ହୋଇ ଅଧିକ କ୍ଷତିଗ୍ରସ୍ତ ହୋଇଛି। ପୁଞ୍ଚ ଏବଂ ରାଜୌରୀର ଯୋଡ଼ା ସୀମାବର୍ତ୍ତୀ ଜିଲାଗୁଡ଼ିକରେ ବାଦଲ ଫଟା ବର୍ଷା ଯୋଗୁ ଭୂସ୍ଖଳନ ଏବଂ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ୪୩ ରୁ ଅଧିକ ଲୋକଙ୍କ ଗଲାଣି ଜୀବନ। ଅନେକ ନିଖୋଜ ଅଛନ୍ତି। ପୁଞ୍ଚ ଜିଲାର ସୁରନକୋଟ ତହସିଲ ଅଞ୍ଚଳରେ ସବୁଠାରୁ ଅଧିକ କ୍ଷୟକ୍ଷତି ହୋଇଛି। ଏପରିକି ସମ୍ପୃକ୍ତ ଅଞ୍ଚଳରେ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ହୋଇଛି। ଅଧିକାରୀଙ୍କ କହିବା ମୁତାବକ, ନିରନ୍ତର ବର୍ଷା ଏବଂ କ୍ଷତିଗ୍ରସ୍ତ ରାସ୍ତା ମଧ୍ୟରେ ନିଖୋଜଙ୍କୁ ଖୋଜିବା କଷ୍ଟକର ହେଉଥିବା କହିଛନ୍ତି।

ରାଜ୍ୟରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ୪୩ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଆସାମ ଠାରୁ ନେଇ ଜାମ୍ମୁ କାଶ୍ମୀର ଓ ଉତ୍ତରାଖଣ୍ଡ ଯାଏଁ ସ୍ଥିତି ସାଙ୍ଘାତିକ। ସେପଟେ ଆସନ୍ତା ଏକ ସପ୍ତାହ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି। ଜାମ୍ମୁ କାଶ୍ମୀର ପୁଞ୍ଛ ଏବଂ ରାଜୌରୀ ଜିଲ୍ଲାରେ ଶନିବାର ରାତିରେ ବାଦଲ ଫଟା ବର୍ଷା ଯୋଗୁଁ ଭୀଷଣ ବନ୍ୟା ହୋଇଛି। ଲ୍ୟାଣ୍ଡସ୍ଲାଇଡ୍ ଯୋଗୁଁ ବିଭିନ୍ନ ସ୍ଥାନରେ ରାସ୍ତା ବନ୍ଦ ହୋଇଯାଇଛି। ଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପ୍ରକୃତିର ତାଣ୍ଡବରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ୮ ଜଣଙ୍କର ଏବେବି ପତ୍ତା ମିଳୁନି।

ସେହିପରି ହରିଦ୍ଵାରରେ ବଜ୍ରାଘାତ ଯୋଗୁଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଉତ୍ତରାଖଣ୍ଡରେ ବର୍ଷା ଓ ଭୂସ୍ଖଳନ ଯୋଗୁଁ ୮୪ ରାସ୍ତା ବନ୍ଦ ହୋଇଯାଇଛି। ନାଗାଲାଣ୍ଡରେ ଲ୍ୟାଣ୍ଡସ୍ଲାଇଡ୍ ଯୋଗୁଁ ବହୁ ଲୋକ କାଦୁଅ ତଳେ ଦବି ଯାଇଛନ୍ତି। ଏହି ଦୁର୍ଘଟଣାରେ ୮ ଲୋକଙ୍କର ମୃତ୍ୟୁ ହୋଇଛି। ଆସାମରେ ସାତଟି ଜିଲ୍ଲାରେ ବର୍ତ୍ତମାନ ୫୭,୦୦୦ ରୁ ଅଧିକ ଲୋକ ବନ୍ୟା ପାଣି ଘେରରେ ଫସି ରହିଛନ୍ତି। ଚରାଇଦେବ ଜିଲ୍ଲା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଠାରେ ୨୪,୦୦୦ ଲୋକ ପ୍ରଭାବିତ ହୋଇଛନ୍ତି। ସେହିପରି ଧେମାଜିରେ ୨୨,୦୦୦ ଲୋକ ବିପଦ ସଙ୍କୁଳ ଅବସ୍ଥାରେ ଅଛନ୍ତି। ମୋଟ ୨୯୮ଟି ଗାଁ ବୁଡ଼ି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଆଜିର ମ୍ୟାଚ୍ ରୋହିତଙ୍କୁ କମ୍ ବ୍ୟାକ କରିପାରେ 🔴 ଅଣ୍ଡା ଦର ଏବେ ଆକାଶ ଛୁଆଁ 🔴 ମସ୍କୋ ଉପରେ ୩୭୦ ଡ୍ରୋନ ମାଡ଼ 🔴 ଆଜିଠାରୁ ଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା 🔴 ୭ ଜିଲ୍ଲାରେ ଭାରି ବର୍ଷା !  🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଆଜିର ମ୍ୟାଚ୍ ରୋହିତଙ୍କୁ କମ୍ ବ୍ୟାକ କରିପାରେ 🔴 ଅଣ୍ଡା ଦର ଏବେ ଆକାଶ ଛୁଆଁ 🔴 ମସ୍କୋ ଉପରେ ୩୭୦ ଡ୍ରୋନ ମାଡ଼ 🔴 ଆଜିଠାରୁ ଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା 🔴 ୭ ଜିଲ୍ଲାରେ ଭାରି ବର୍ଷା !