ଦେଶରେ ୪ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ବଢ଼ିଚାଲିଛି କରୋନା ସଂକ୍ରମଣ । ଆଜି ଦେଶରେ ୪ଲକ୍ଷରୁ ଅଧିକ ଲୋକ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଚତୁର୍ଥ ଥର ପାଇଁ ଦେଶରେ ସଂକ୍ରମଣ ୪ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୪ହଜାରାରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଜାରି କରିଥିବା ରିପୋର୍ଟ ଅନୁସାରେ ଗତ ୨୪ଘଣ୍ଟା ମଧ୍ୟରେ ୪.୦୧ଲକ୍ଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ହଜାର ୧୮୭ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୮ଲକ୍ଷ ୯୨ହଜାର ୬୭୬ରେ ପହଞ୍ଚିଛି । ଏହା ମଧ୍ୟରୁ ୩୭ଲକ୍ଷ ୨୩ହଜାର ୪୪୬ଜଣ ଚିକିତ୍ସାଧିନ ରହିଛନ୍ତି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ୨.୩୮ରେ ପହଞ୍ଚିଛି । ସେପଟେ ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ ଆରୋଗ୍ୟ ହୋଇଛନ୍ତି ୩ଲକ୍ଷ ୧୮ହଜାର ୬୦୯ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ