Before Header

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

0 21

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏପ୍ରିଲ ୧୧ ତାରିଖରୁ ସକାଳୁଆ ସ୍କୁଲ । ସକାଳୁ ୭ଟାରୁ ୧୧ଟା ୩୦ ଯାଏଁ ପାଠପଢା । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୧ ଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ। ସକାଳ ୭ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପାଠପଢ଼ା। ଏଥିସହ ସ୍କୁଲରେ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଯୋଗାଇଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ସୂଚାଇ ଦିଆଯାଇଛି ଯେ, ଏପ୍ରିଲ ୩ରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ୟ୍ୟନ୍ତ ନୂଆଶିକ୍ଷା ବର୍ଷ ପାଇଁ ପାଠପଢ଼ା ଆରମ୍ଭ ହେବ।

Leave A Reply

Your email address will not be published.