Masthead

ଅଯୋଧ୍ୟାରେ ନିର୍ମାଣ ହେବ ବିଶାଳ ମସଜିଦ

ଅଯୋଧ୍ୟାରେ ବିଶାଳ ମସଜିଦ ନିର୍ମାଣ ପାଇଁ ଜାରୀ ହେଲା ନକ୍ସା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ପରେ ଏବେ ବିଶାଳ ମସଜିଦର ନିର୍ମାଣ ଆରମ୍ଭ ହେବାକୁ ଯାଉଛି । ରାମ ମନ୍ଦିରର ନକ୍ସା ପରେ ଏବେ ଜାରି ହୋଇଛି ବିଶାଳ ମସଜିଦର ନକ୍ସା । ସୁନ୍ନି ସେଣ୍ଟ୍ରଲ ୱାକଅଫ ବୋର୍ଡ଼ ମସଜିଦ ନିର୍ମାଣ ପାଇଁ ଏକ ଟ୍ରଷ୍ଟ ଗଠନ କରିଛି । ଉକ୍ତ ଟ୍ରଷ୍ଟ ପକ୍ଷରୁ ଅଯୋଧ୍ୟାରେ ହେବାକୁ ଥିବା ମସଜିଦର ଡିଜାଇନ ଜାରି କରାଯାଇଛି । ଏହି ବିଶାଳ ମସଜିଦର ନିର୍ମାଣ କାର୍ୟ୍ୟ ଜାନୁୟାରୀ ୨୬ରୁ ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଶନିବାର ଲକ୍ଷେ୍ନାରେ ଆୟୋଜିତ ଆଇଆଇସିଏଫ ଟ୍ରଷ୍ଟର ବୈଠକରେ ଏହି ନିଷ୍ପତି ନିଆଯାଇଛି ।

ବୈଠକ ପରେ ସାମ୍ବାଦିକ ସମ୍ମିଳନୀରେ ଭବ୍ୟ ବିଶାଳ ମସଜିଦର ନକ୍ସାକୁ ସାର୍ବଜନୀନ କରାଯାଇଛି । ଏହି ବିଶାଳ ମସଜିଦ ପରିସରରେ ମଲ୍ଟି ସ୍ପେଶାଲିଷ୍ଟ ହସ୍ପିଟାଲ, ସାର୍ବଜନୀନ ଭୋଜନାଳୟ, ଆଧୁନିକ ପୁସ୍ତକାଳୟ, ପ୍ରକାଶନ ଗୃହ ଓ ମ୍ୟୁଜିୟମ ମଧ୍ୟ ନିର୍ମାଣ କରାଯିବ । ଇଣ୍ଡୋ ଇସଲାମିକ କଲଚର ଫାଉଣ୍ଡେସନର ପ୍ରବକ୍ତା ଅତହୁର ହୁସେନ କହିଛନ୍ତି, ୫ ଏକର ଜମିରେ ୩୫ ଶହ ସ୍କୋୟାର ଫୁଟର ଦ୍ୱିତଳ ପ୍ରାସାଦ ମସଜିଦ ନିର୍ମାଣ କରାଯିବ । ତେବେ ଏହି ବିଶାଳ ମସଜିଦର ଶିଳାନ୍ୟାସ କିଏ କରିବେ ତାହା ବର୍ତମାନ ସୁଦ୍ଧା ଜଣାପଡ଼ିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI