ଘରୁ ମଶା ବାହାରିଲେ ଫାଇନ୍ ଗଣିବେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘରୁ ମଶା ବାହାରିଲେ ଫାଇନ୍ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସହରରେ ଘର ଘର ବୁଲି ମଶା ଯାଞ୍ଚ କରାଯିବ । ଯଦି ଘରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତେବେ ୧୦୦୦ ଟଙ୍କା ଫାଇନ୍ କରିବ ବିଏମ୍‌ସି । ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଏଭଳି ପରିବେଶ ଥିଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍ କରିବ ବିଏମ୍‌ସି ।

ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି । ଆସନ୍ତା ୧୫ ତାରିଖ ପରେ ବିଏମ୍‌ସି ଟିମ୍ ଘର ଘର ଯାଞ୍ଚ କରିବ ବୋଲି ସୂଚନା ଦିଆଯାଇଛି । ବର୍ତ୍ତମାନ ସହରରେ ଘାସ ଓ ଅନାବନା ଗଛ କାଟିବାକୁ କଡ଼ାକଡ଼ି କରିବା ପାଇଁ ସଂପୃକ୍ତ ସଫେଇ ସଂସ୍ଥାଙ୍କୁ ନିର୍ଦେଶ ଦିଆଯାଇଛି ।

ଯେଉଁଠାରେ ସଫେଇ ସଂସ୍ଥା ବୁଶ୍ କଟିଂ କରିନଥିବେ, ତାହା ବିଏମ୍‌ସି କରିବ ଏବଂ ଆବଶ୍ୟକୀୟ ଖର୍ଚ୍ଚ ସଂପୃକ୍ତ ସଂସ୍ଥାକୁ ବହନ କରିବାକୁ ପଡ଼ିବ। ଏହାସହ ପ୍ରତି ୱାର୍ଡରେ ଏକ ନିରୀକ୍ଷଣ ବା ସର୍ଭେଲାନ୍ସ ଟିମ୍ ଡେଙ୍ଗୁ ସ୍ଥିତି ଯାଞ୍ଚ କରିବା ସହିତ ସଚେତନତା କରାଇବେ ଏବଂ ମଶା ଉତ୍ପତ୍ତିସ୍ଥଳ ନଷ୍ଟ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’