Masthead

ଘରୁ ମଶା ବାହାରିଲେ ଫାଇନ୍ ଗଣିବେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘରୁ ମଶା ବାହାରିଲେ ଫାଇନ୍ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସହରରେ ଘର ଘର ବୁଲି ମଶା ଯାଞ୍ଚ କରାଯିବ । ଯଦି ଘରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତେବେ ୧୦୦୦ ଟଙ୍କା ଫାଇନ୍ କରିବ ବିଏମ୍‌ସି । ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଏଭଳି ପରିବେଶ ଥିଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍ କରିବ ବିଏମ୍‌ସି ।

ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି । ଆସନ୍ତା ୧୫ ତାରିଖ ପରେ ବିଏମ୍‌ସି ଟିମ୍ ଘର ଘର ଯାଞ୍ଚ କରିବ ବୋଲି ସୂଚନା ଦିଆଯାଇଛି । ବର୍ତ୍ତମାନ ସହରରେ ଘାସ ଓ ଅନାବନା ଗଛ କାଟିବାକୁ କଡ଼ାକଡ଼ି କରିବା ପାଇଁ ସଂପୃକ୍ତ ସଫେଇ ସଂସ୍ଥାଙ୍କୁ ନିର୍ଦେଶ ଦିଆଯାଇଛି ।

ଯେଉଁଠାରେ ସଫେଇ ସଂସ୍ଥା ବୁଶ୍ କଟିଂ କରିନଥିବେ, ତାହା ବିଏମ୍‌ସି କରିବ ଏବଂ ଆବଶ୍ୟକୀୟ ଖର୍ଚ୍ଚ ସଂପୃକ୍ତ ସଂସ୍ଥାକୁ ବହନ କରିବାକୁ ପଡ଼ିବ। ଏହାସହ ପ୍ରତି ୱାର୍ଡରେ ଏକ ନିରୀକ୍ଷଣ ବା ସର୍ଭେଲାନ୍ସ ଟିମ୍ ଡେଙ୍ଗୁ ସ୍ଥିତି ଯାଞ୍ଚ କରିବା ସହିତ ସଚେତନତା କରାଇବେ ଏବଂ ମଶା ଉତ୍ପତ୍ତିସ୍ଥଳ ନଷ୍ଟ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା