Masthead

ହସ୍ପିଟାଲରେ ଦାଉଦ, ବିଷ ଦେଇ ମାରିବାକୁ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦ୍ ଇବ୍ରାହିମଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଦାଉଦ୍ ଇବ୍ରାହିମଙ୍କୁ ବିଷ ଦେଇ ମାରିବା ପାଇଁ ଷଡ଼ଯନ୍ତ୍ର କରାଯାଇଛି । ବର୍ତ୍ତମାନ ପାକିସ୍ତାନର କାରାଚି ହସ୍ପିଟାଲରେ ସେ ଭର୍ତ୍ତି ଥିବାବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଅଛି । ତେବେ ପାକିସ୍ତାନୀ ଏଜେନ୍ସିମାନଙ୍କ ଦ୍ୱାରା ଏହି ଘଟଣାର କୌଣସି ସରକାରୀ ବିବୃତି ପ୍ରକାଶ ପାଇ ନାହିଁ । ଦାଉଦ ସେଠାରେ ଲୁଚି ରହିଥିବା ନେଇ ପାକିସ୍ତାନ ଗ୍ରହଣ କରୁନାହିଁ ।

ଗତକାଲିଠୁ କରାଚିରେ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କୁହାଯାଉଛି । ଦାଉଦ୍ ଇବ୍ରାହିମକୁ ହସ୍ପିଟାଲ୍ ଭିତରେ କଡ଼ା ସୁରକ୍ଷା ବଳୟରେ ରଖାଯାଇଛି । ସେ ହିଁ ଏକମାତ୍ର ରୋଗୀ ଭାବେ ରହିଥିବା ଜଣାପଡିଛି । କେବଳ ଉପରିସ୍ଥ ହସ୍ପିଟାଲ କର୍ତ୍ତୃପକ୍ଷ ଓ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ସେହି ଫ୍ଲୋରକୁ ପ୍ରବେଶ ଅନୁମତି ରହିଛି । ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟର ମାଇଣ୍ଡ ହେଉଛି ଦାଉଦ ଇବ୍ରାହିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ