Masthead

ବୋହୂର ଝୁଲନ୍ତା ମୃତଦେହ ଦେଖି ଟଳିପଡ଼ିଲେ ଶାଶୁ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବୋହୂର ଝୁଲନ୍ତା ମୃତଦେହ ଦେଖି ଟଳିପଡ଼ିଲେ ଶାଶୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ସହର ଇନ୍ଦିରାନଗର ପଡ଼ାରେ । ମୃତ ବୋହୂ ଆନନ୍ଦିନୀ ସାହୁ ଏବଂ ଶାଶୁଙ୍କ ନାଁ ଜମ୍ବୁବତୀ ସାହୁ। ବୋହୁ ଆନନ୍ଦିନୀଙ୍କ ମୃତଦେହ ଘର ଭିତରୁ ଠାବ ହୋଇଥିଲା। ମୃତଦେହ ଦେଖି ନିକଟରେ ଟଳି ପଡ଼ିଥିଲେ ଶାଶୁ। ଏନେଇ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ।

ଟାଉନ ପୋଲିସ ଘଟଣାସ୍ଥଳକୁ ପହଞ୍ଜି ମୃତଦେହ ଉଦ୍ଧାର କରି ପୋଷ୍ଟମୋର୍ଟମ ପାଇଁ ପଠାଇଛି। ଆଜି ମୃତଦେହ ବ୍ୟବଚ୍ଛେଦ କରାଯିବ । ତେବେ ବୋହୂର ମୃତଦେହ ଦେଖି ଶାଶୁଙ୍କ ହୃଦ୍ଘାତରେ ମୃତ୍ୟୁ ହୋଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି। ଅନ୍ୟପଟେ ଶାଶୁଘର ଲୋକ ଝିଅକୁ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ଝିଅ ଘର ଲୋକେ । ସେପଟେ ହତ୍ୟା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଶ୍ୱଶୁର ଘର ଲୋକେ । ଏନେଇ ଟାଉନ ପୋଲିସ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ