Masthead

ବୋହୂର ଝୁଲନ୍ତା ମୃତଦେହ ଦେଖି ଟଳିପଡ଼ିଲେ ଶାଶୁ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବୋହୂର ଝୁଲନ୍ତା ମୃତଦେହ ଦେଖି ଟଳିପଡ଼ିଲେ ଶାଶୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ସହର ଇନ୍ଦିରାନଗର ପଡ଼ାରେ । ମୃତ ବୋହୂ ଆନନ୍ଦିନୀ ସାହୁ ଏବଂ ଶାଶୁଙ୍କ ନାଁ ଜମ୍ବୁବତୀ ସାହୁ। ବୋହୁ ଆନନ୍ଦିନୀଙ୍କ ମୃତଦେହ ଘର ଭିତରୁ ଠାବ ହୋଇଥିଲା। ମୃତଦେହ ଦେଖି ନିକଟରେ ଟଳି ପଡ଼ିଥିଲେ ଶାଶୁ। ଏନେଇ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ।

ଟାଉନ ପୋଲିସ ଘଟଣାସ୍ଥଳକୁ ପହଞ୍ଜି ମୃତଦେହ ଉଦ୍ଧାର କରି ପୋଷ୍ଟମୋର୍ଟମ ପାଇଁ ପଠାଇଛି। ଆଜି ମୃତଦେହ ବ୍ୟବଚ୍ଛେଦ କରାଯିବ । ତେବେ ବୋହୂର ମୃତଦେହ ଦେଖି ଶାଶୁଙ୍କ ହୃଦ୍ଘାତରେ ମୃତ୍ୟୁ ହୋଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି। ଅନ୍ୟପଟେ ଶାଶୁଘର ଲୋକ ଝିଅକୁ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ଝିଅ ଘର ଲୋକେ । ସେପଟେ ହତ୍ୟା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଶ୍ୱଶୁର ଘର ଲୋକେ । ଏନେଇ ଟାଉନ ପୋଲିସ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ