Masthead

ଛୁଆଙ୍କୁ କୂଅକୁ ଠେଲିଦେଲା ମା’

ରାଇକିଆ (ବଡ଼ ଖବର ବ୍ୟୁରୋ): ସ୍ୱାମୀସ୍ତ୍ରୀ ଝଗଡ଼ାରୁ ଦୁଇ ସନ୍ତନଙ୍କ ମୃତ୍ୟୁ । ଏଭଳି ଦୁଖଃଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ଖ୍ରୀଷ୍ଟିଆନ ସାହିରେ । ରାକେଶ ପାତ୍ର ଓ ତାଙ୍କ ସ୍ତ୍ରୀ ଭାଗ୍ୟ ପାତ୍ରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଶୁକ୍ରବାର ରାତିରେ କଳି ଝଗଡ଼ା ହୋଇଥିଲା ।

ଉତ୍ୟକ୍ତ ଭାଗ୍ୟ ଦୁଇ ଛୁଆଙ୍କୁ ନେଇ ୩କିଲୋମିଟର ଦୂର ଅଲିମା ରାସ୍ତା କଡ଼ରେ ଥିବା କୂଅ ନିକଟକୁ ଯାଇଥିଲା । ଭାଗ୍ୟ ଦୁଇ ଛୁଆଙ୍କୁ କୂଅକୁ ଠେଲି ଦେଇଥିଲେ । ଆଉ ନିଜେ ନ ଡେଇଁ କୂଅ ପାଖରେ ବସି କାନ୍ଦୁଥିଲେ । ରାତି ପାହିଗଲା । ଖବର ପାଇଁ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହୀନି ଦୁଇ ଛୁଆଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ