ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେବେ ମା’ ଶାରଳା

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ମହାମାୟାଙ୍କ ମହାସପ୍ତମୀ ପୂଜା । ନିରାଡ଼ମ୍ବରରେ ମଣ୍ଡପରେ ଚାଲିଛି ପୂଜାର୍ଚ୍ଚନା । ଭକ୍ତ ଓ ମାଆଙ୍କ ମଧ୍ୟରେ ପ୍ରତିବନ୍ଧକ ସାଜିଛି କରୋନା । ମଣ୍ଡପ ଗୁଡ଼ିକରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆଜି ବିଭିନ୍ନ ଶକ୍ତି ପୀଠରେ ପାଳିତ ହେଉଛି ପବିତ୍ର ମହାଷ୍ଟମୀ । ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମା’ ଶାରଳାଙ୍କ ପୀଠରେ ପାଳିତ ହେଉଛି ମହାଷ୍ଟମୀ । ଆଜି ମା ଶାରଳା ମହିଷାମର୍ଦ୍ଦନୀ ବେଶରେ ସୁସଜିତ ହେବା ସହ ମା’ଙ୍କ ନିକଟରେ ୧୦୮ ପଣା ହାଣ୍ଡି ବଳି ପ୍ରଦାନ କରାଯିବ ।

ତେବେ ଆଜି ମନ୍ଦିରରେ ଭିଡ଼କୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଆଜି ଠାରୁ ତିନି ଦିନ ପର୍ଯ୍ୟନ୍ତ ମା’ଙ୍କ ପୀଠରେ ୧୪୪ ଧାରା ଜାରି କରାଯାଇଛି । ଫଳରେ ଶ୍ରଦ୍ଧାଳୁ ମାନଙ୍କ ମନ୍ଦିର ପ୍ରବେଶ ଉପରେ ରୋକ ଲଗାଯାଇଥିବା ଯୋଗୁ ଆଜି ଦିନରେ ମା’ଙ୍କ ଦର୍ଶନ ପାଇଁ ଆଶାୟୀ ଥିବା ଶ୍ରଦ୍ଧାଳୁମାନେ ନିରାଶ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ