Masthead

ରଥଯାତ୍ରା ପାଇଁ ଏମପିଙ୍କ ଚିଠି: ଅନୁମତି ଦିଅ, ଦାୟିତ୍ୱ ମୋର

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଚଳିତବର୍ଷ ପୁରୀ ଛଡା ଆଉ କେଉଁଠି ରଥଯାତ୍ରା ହେବ ନାହିଁ । ରାଜ୍ୟ ସରକାର ଏ ସଂପର୍କରେ ନିଷ୍ପତ୍ତି ନେଇଛନ୍ତି । ସେପଟେ ସରକାରୀ ଦଳର ସାଂସଦ ନିଜ ଅଞ୍ଚଳରେ ରଥଯାତ୍ରା ପାଇଁ ଏସଆରସିଙ୍କୁ ଅନୁରୋଧ କରିଛନ୍ତି । କେନ୍ଦ୍ରାପଡାର ବିଜେଡି ସାଂସଦ ଅନୁଭବ ମହାନ୍ତି ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନାଙ୍କୁ ଚିଠି ଲେଖିଛନ୍ତି ।

ଚିଠିରେ ସାଂସଦ କହିଛନ୍ତି, ଶ୍ରୀକ୍ଷେତ୍ର ପୁରୀର ରଥଯାତ୍ରା ଓ ତୁଳସୀ କ୍ଷେତ୍ର କେନ୍ଦ୍ରାପଡାର ରଥଯାତ୍ରା ପରସ୍ପର ସହ ଯୋଡି ହୋଇ ରହିଛନ୍ତି । ସେଥିପାଇଁ ପୁରୀ ରଥଯାତ୍ରା ସହ ବଳଦେବଜିଉଙ୍କ ରଥଯାତ୍ରାକୁ ଅନୁମତି ଦିଆଯାଉ । ଏହା ସହ ସେ କହିଛନ୍ତି, କୋଭିଡ ନିୟମାବଳୀର ସମସ୍ତ କଟକଣା ଭିତରେ କେନ୍ଦ୍ରାପଡାରେ ରଥାଯାତ୍ରା ହେଉ । କଟକଣା କିପରି ସୂଚାରୁରୂପେ ପାଳନ ହେବ ସେ ଦାୟିତ୍ୱ ସେ ନେବେ ବୋଲି ଚିଠିରେ କହିଛନ୍ତି । ବଳଦେବଜିଉ ନିଶ୍ଚିତ ଭକ୍ତଙ୍କୁ ଦର୍ଶନ ଦେବେ ବୋଲି ସେ ଆଶା ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ