Masthead

ଚମକିଲେ ମହମ୍ମଦ ସିରାଜ

ଭୁବନେଶ୍ୱର (ବଡ଼ ଖବର): ଚତୁର୍ଥ ଦିନରେ ଚମକିଲେ ମହମ୍ମଦ ସିରାଜ । ଚତୁର୍ଥ ଦିନରେ ୫ଟି ୱିକେଟ ଅକ୍ତିଆର କରି ଭାରତକୁ ଏକ ଆଶା ଦେଇଛନ୍ତି ସିରାଜ । ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସରେ ବିନା ୱିକେଟରେ ୨୧ ରନ ସଂଗ୍ରହ କରିଥିଲା । ଚତୁର୍ଥ ଦିନ ଆରମ୍ଭରୁ କଙ୍ଗାରୁ ଓପନର ଡେଭିଡ ୱାର୍ଣ୍ଣର ଓ ମାର୍କଶ ହାରିସ୍ ଭଲ ଆରମ୍ଭ କରିଥିଲେ । ଉଭୟ ପ୍ରଥମ ୱିକେଟ ପାଇଁ ୮୯ ରନରେ ପାର୍ଟନରସିପ୍ କରିଥିଲେ । ସାର୍ଦ୍ଦୁଲ ଠାକୁର ଭାରତକୁ ଦେଇଥିଲେ ପ୍ରଥମ ଝଟକା । ପ୍ରଥମ ୱିକେଟ ପରେ ଲଗାତର ଭାବରେ ୱିକେଟ ଅକ୍ତିଆର କରି ବ୍ୟାକଫୁଟରେ ରଖିଥିଲା କଙ୍ଗାରକୁ । ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସରେ ୨୯୪ ରନ କରିଛି । ଭାରତ ପକ୍ଷରୁ ମହମ୍ମଦ ସିରାଜ ୫ଟି, ସାର୍ଦ୍ଦୁଲ ଠାକୁର ୪ଟି ଓ ୱାସିଂଟନ ସୁନ୍ଦର ଗୋଟିଏ ୱିକେଟ ଅକ୍ତିଆର କରିଥିଲେ । ଭାରତକୁ ଏହି ମ୍ୟାଚ ଜିତିବାକୁ ହେଲେ ୩୨୮ ରନର ଆବଶ୍ୟକ । ଅନ୍ୟପଟେ ଚତୁର୍ଥ ଦିନରେ ବର୍ଷା ବାଧକ ସାଜିଛି । ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ଭାରତ ବିନା ୱିକେଟରେ କରିଛି ୪ ରନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ