Masthead

ସୁରକ୍ଷାବାହିନୀଙ୍କ ଗୁଳିରେ ଟଳିଲା ହିଜବୁଲର ଚିଫ୍ କମାଣ୍ଡର ମୁଜାହିଦ୍ଦିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୀମାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା । ଉତ୍ତର କାଶ୍ମୀରର ହନ୍ଦୱାଡାରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାବାହିନୀର ଏନକାଉଣ୍ଟରରେ ହିଜବୁଲର ଚିଫ୍ କମାଣ୍ଡର ମେହରାଜୁଦ୍ଦୀନ ହଲୱାଇ ନିହତ । କାଶ୍ମୀର ଆଇଜିପି ଏନେଇ ସୂଚନା ଦେଇଛନ୍ତି । ମେହରାଜୁଦ୍ଦୀନ ହଲୱାଇ ବହୁ ଆତଙ୍କୀ କାର୍ଯ୍ୟକଳାପରେ ସାମିଲ ଥିଲା ।

ସୂଚନା ଅନୁସାରେ, ମଙ୍ଗଳବାର ବିଳମ୍ବିତ ରାତିରେ ଉତ୍ତର କାଶ୍ମୀରର ହନ୍ଦୱାଡାରେ କ୍ରାଲଗୁଣ୍ଡର ପାଜିପୋରା-ରେନାନ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏହି ଅଞ୍ଚଳରେ ହିଜବୁଲର ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା ।

ଏହାପରେ ସୁରକ୍ଷାବାହିନୀର ୩୨ ଆରଆର ଏବଂ ସିଆରପିଏଫର ୯୨ ବିଏନ୍‌ର ଜଏଣ୍ଟ ଟିମ୍ ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ କରିଥିଲା ।ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ । ଫଳରେ ସୁରକ୍ଷାବାହିନୀର ଏହାର ପ୍ରତି ଜବାବ ଦେଇଥିଲା । ସୁରକ୍ଷାବାହିନୀର ଏନକାଉଣ୍ଟରରେ ହିଜବୁଲର ଚିଫ୍ କମାଣ୍ଡର ମେହରାଜୁଦ୍ଦୀନ ହଲୱାଇ ନିହତ ହୋଇଛି। ସ୍ଥାନୀୟ ଅଞ୍ଚଳରେ ଘେରାବନ୍ଦୀ କରି ସୁରକ୍ଷାବାହିନୀର ସର୍ଚ୍ଚ ଅପରେଶନ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା