Masthead

ବହିରେ ମାଳ ମାଳ ତ୍ରୁଟି,ତଦନ୍ତ କରିବ କ୍ରାଇମ ବ୍ରାଞ୍ଚ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପାଠ୍ୟ ପୁସ୍ତକରେ ତ୍ରୁଟିକୁ ନେଇ, ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ କରାଯିବ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ (Criminal Investigation) କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସ୍ୱତନ୍ତ୍ର ଭାବେ କ୍ରାଇମ ବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ FIR ଦାୟର କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ପୂର୍ବରୁ ପାଠ୍ୟ ପୁସ୍ତକ ତ୍ରୁଟିଜନିତ ବିଷୟର କାରଣ ଅନୁସନ୍ଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ। ଏହି କମିଟିର ରିପୋର୍ଟ ଅନୁଯାୟୀ SCERTର ପୂର୍ବତନ ନିର୍ଦ୍ଦେଶକ ସମେତ ୩ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରାଯାଇଥିଲା ଏବଂ ୬ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା