Masthead

ହ୍ୟାଟ୍ରିକ୍ ବିଜୟ ସହ ଟେବୁଲ ଟପରେ ମୁମ୍ବାଇ

 

ଆବୁଧାବି (ବଡ଼ ଖବର ବ୍ୟୁରୋ) :ଆଇପିଏଲର ୨୦ତମ ମ୍ୟାଚ୍‌ରେ ରାଜସ୍ଥାନକୁ ୫୭ ରନରେ ପରାସ୍ତ କରିଛି ମୁମ୍ବାଇ ।ଏଥି ସହିତ ମୁମ୍ବାଇ ୬ଟି ମ୍ୟାଚ ରୁ ୪ଟି ମ୍ୟାଚ ରେ ବିଜୟ ସହ ପଏଣ୍ଟେ ଟେବୁଲରେ ଶୀର୍ଷରେ ପହଞ୍ଚିଛି । ୧୯୪ ରନର ବିଜୟ ଲକ୍ଷ୍ୟକୁ ପିଛା କରୁଥିବା ରାଜସ୍ଥାନ ୧୩୬ ରନରେ ଅଲଆଉଟ ହୋଇଯାଇଥିଲା । ଟସ୍ ଜିତି ବ୍ୟାଟିଂର ନିଷ୍ପତି ନେଇଥିବା ମୁମ୍ବାଇ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ଓ ହାର୍ଦ୍ଦିକ ପାଣ୍ଡ୍ୟା ଦ୍ରୁତ ଗତିରେ ରନ ସଂଗ୍ରହ କରି ଦଳର ସ୍କୋରକୁ ଆଗେଇ ନେଇଥିଲେ। ଯାଦବ ୪୭  ବଲରୁ ଅପରାଜିତ ୭୯ ରନ ଓ ହାର୍ଦ୍ଦିକ ପାଣ୍ଡ୍ୟା ୧୯ ବଲରୁ ଦ୍ରୁତ ୩୦ ରନ କରି ଅପରାଜିତ ଥିଲେ। ଉଭୟ ବ୍ୟାଟସମ୍ୟାନ ପଞ୍ଚମ ଓ୍ଵିକେଟ୍‌ରେ ୭୬ ରନ ଯୋଡିଥିଲେ ଦମଦାର ଇନିଂସ ଖେଳିଥିଲେ। ତାଙ୍କର ଏହି ଇନିଂସ ବଳରେ ମୁମ୍ବାଇ ନିର୍ଦ୍ଧାରିତ ଓଭରରେ ୪ ଓ୍ଵିକେଟ୍  ହରାଇ ୧୯୩ ରନ କରିଛି । ରାଜସ୍ଥାନ ରୟାଲ୍ସ ପକ୍ଷରୁ ଶ୍ରେୟସ ଗୋପାଲ ସର୍ବାଧିକ ୨ଟି ଓ୍ଵିକେଟ୍ ନେଇଥିଲେ। ଜୋଫ୍ରା ଆର୍ଚର ଓ କାର୍ତ୍ତିକ ତ୍ୟାଗୀ ମଧ୍ୟ ଗୋଟିଏ ଲେଖାଏଁ ଓ୍ଵିକେଟ୍ ନେଇଥିଲେ ।

୧୯୪ରନର ପିଛା କରୁଥିବା ରାଜସ୍ଥାନ ୧୮.୧ ଓଭରରେ ୧୩୬ ରନରେ ଅଲଆଉଟ ହୋଇଯାଇଥିଲା। ଜୋସ୍ ବଟଲର ୭୦ରନ କରିଥିବା ବେଳେ ଦଳର ଅନ୍ୟ କୌଣସି ବ୍ୟାଟସମ୍ୟାନ୍ ବଡ ସ୍କୋର କରିପରିନଥିଲେ । ମୁମ୍ବାଇ ପକ୍ଷରୁ ଜସପ୍ରିତ ବୁମରାହ ସର୍ବାଧିକ ଚାରୋଟି ଓ୍ୱିକେଟ୍ ନେଇଥିଲା ବେଳେ ଟ୍ରେଣ୍ଟ୍ ବୋଲ୍ଡ ୨ଟି ଓ୍ୱିକେଟ୍, ଜେମସ ପାଟିନସନ ୨ଟି, କିରନ ପୋଲାର୍ଡ ଓ ରାହୁଲ ଚହର ଗୋଟିଏ ଲେଖାଏଁ ଓ୍ୱିକେଟ୍ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ