Masthead

ଆକ୍ରମଣକାରୀକୁ ପିଟିପିଟି ହତ୍ୟା କଲେ ଗ୍ରାମବାସୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମହିଳା ଆକ୍ରମଣକାରୀକୁ ଗ୍ରାମବାସୀଙ୍କ ପିଟିପିଟି ହତ୍ୟା । ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଚିନ୍ତଲୱାଡା ପଞ୍ଚାୟତର ଗର୍ତ୍ତମାଝୀଗୁଡା ଗ୍ରାମର ଜଣେ ମହିଳାଙ୍କୁ ମରଣାତ୍ମକ ଆକ୍ରମଣ କରିଥିବା ବ୍ୟକ୍ତିଙ୍କୁ ପିଟିପିଟି ମାରି ଦେଲେ ଗ୍ରାମବାସୀ । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପୂର୍ବରୁ କ୍ରୋଧାନିତ ବ୍ୟକ୍ତି ମାନେ ମୃତ ଦେହକୁ ଗଛରେ ଝୁଲାଇ ଫେରାର ହୋଇ ଯାଇଛନ୍ତି । କୋରୁକୋଣ୍ଡା ଥାନା ପୋଲିସ ଶବ ଉଦ୍ଧାର କରିବା ପରେ ହତ୍ୟା ଘଟଣାରେ ସାମିଲ ଥିବା ଚାରି ଜଣଙ୍କୁ ଥାନାରେ ଅଟକ ରଖି ପଚରା ଉଚୁରା କରୁଛି । ଗତ କାଲି ମୁକା ମାଢିଙ୍କ ସ୍ତ୍ରୀ ମନି ମାଢି ନଳକୂଅ ପାଖରେ ବାସନ ଧୋଉଥିବା ବେଳେ ଗ୍ରାମର ଦେବା ମାଡ଼କାମୀ ନାମକ ବ୍ୟକ୍ତି ଏକ ଧାରୁଆ କାତିରେ ମନି ମାଢିଙ୍କ ଉପରେ ଆକ୍ରମଣ କରିଥିଲେ । ଏହି ସମୟରେ ଗାଁ ଲୋକେ ଦୌଡ଼ି ଆସି ଅଟକାଇବାରୁ ଦେବା ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି