Masthead

ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା !

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଯୁବତୀଙ୍କୁ ଦୁଷ୍ମର୍ମ ପରେ ହତ୍ୟା । ଏଭଳି ଅଭିଯୋଗ ଆସିଛି ଅନଗୁଳ ଫୁଲପଡା ପଞ୍ଚାୟତର ରାଜନାଳିରୁ । ରାଜନାଳି ନିକଟସ୍ଥ ଏକ ନାଳ ପାଖରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ଯୁବତୀ ଜଣକ ହେଲେ ସ୍ଥାନୀୟ ଗିରିଧିବାସିଆ ଗ୍ରାମର ବୋଲି ଜଣା ପଡ଼ିଛି । ସେ ଘରୁ ଗାଧୋଇବାକୁ କହି ଆସି ଆଉ ଘରକୁ ଫେରି ନଥିଲେ।

ବହୁ ଖୋଜାଖୋଜି ପରେ ତାଙ୍କର ମୃତଦେହ ଏକ ବିଲ ପାଖରେ ପଡିଥିବା ଘର ଲୋକେ ଦେଖିବାକୁ ପାଇଥିଲେ। ଝିଅକୁ ଦୁଷ୍କର୍ମ କରି ମାରି ଦିଆ ଯାଇଛି ବୋଲି ଅଭିଯୋଗ କରିଛନ୍ତି ମୃତକଙ୍କ ବାପା। ଖବର ପାଇ ବଅଁରପାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ ଆସି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏହି ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ସ୍ଥାନୀୟ ଲୋକ ମହିଧରପୁର ଠାରେ ରାସ୍ତାରୋକ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ