Masthead

ଦଶମୀରେ ଲାଖବିନ୍ଧା

ମୁରିବାହାଲ, (ବଡ଼ ଖବର ବ୍ୟୁରୋ): କରୋନା କଟକଣା ଭିତରେ ସବୁଠି ଅନୁଷ୍ଠିତ ହୋଇଯାଇଛି ଦଶହରା । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ୍ ରେଲୱେ ଫାଟକ ନିକଟରେ ମା’ଙ୍କ ୪୯ ତମ ସାର୍ବଜନୀନ ଦୁର୍ଗାପୂଜା ଅନୁଷ୍ଠିତ ହୋଇଥିଲା । ଗତ ସପ୍ତମୀ ତିଥିରୁ ଦଶମୀ ପର୍ୟ୍ୟନ୍ତ ୪ ଦିନାତ୍ମକ ଦୁର୍ଗାପୂଜା ଅନୁଷ୍ଠିତ ହୋଇଥିଲା। ବିଜୟା ଦଶମୀ ଉପଲକ୍ଷେ ଲାଖବିନ୍ଧା ପାଇଁ ରୀତିନୀତି ଅନୁସାରେ ମା’ଙ୍କ ପୂଜା ହୋଇଥିଲା । ପରମ୍ପରା ଅନୁଯାୟୀ, ଖଣ୍ଡା ଓ ଲାଖ ମା’ଙ୍କ ପୂଜା ମଣ୍ଡପରୁ ବାହାରି ସ୍ଥାନୀୟ ବସ୍ତିପଡ଼ା ପରିକ୍ରମା କରାଯାଇଥିଲା। ଶ୍ରଦ୍ଧାଳୁମାନେ ନିଜ ନିଜ ଘର ସମ୍ମୁଖରେ ପୂଜାର୍ଚ୍ଚନା କରିଥିଲେ । ନଗର ପରିକ୍ରମା ପରେ ଲାଖବିନ୍ଧା ସ୍ଥାନରେ ପହଞ୍ଚିଥିଲେ ମା’। ପୂଜା ମଣ୍ଡପ ନିକଟରେ ଲାଖବିନ୍ଧା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସୀମିତ ସଂଖ୍ୟକ ଭକ୍ତ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା