Masthead

ପବିତ୍ର ଇଦ୍ ଉଲ ଫିତର, ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଇଦ୍ ଉଲ ଫିତର। ସାରା ଭାରତରେ ଇଦ୍ ଉତ୍ସବ ପାଳନ ହେଉଛି। ରମଜାନ ମାସ ପୂରଣ ହେବା ପରେ ଆଜି ଇଦ ପାଳନ କରୁଛନ୍ତି ଇସଲାମ ଭାଇଭଉଣୀ। ମସଜିଦରେ ଇସଲାମ ଧର୍ମାବଲମ୍ବୀଙ୍କ ଗହଳି ଲାଗିଛି। ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ। ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି। ଓଡ଼ିଶାରେ ମଧ୍ୟ ବିଭିନ୍ନ ମସଜିଦରେ ଇଦ୍ ପାଳନ କରାଯାଉଛି। ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କ ସହ ଇଦ୍ ପାଳନ କରୁଛନ୍ତି ମୁସଲମାନ ସମ୍ପ୍ରଦାୟ। ମୁସଲମାନ ଭାଇଭଉଣୀମାନେ ସମୂହ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନ କରି ଇଦର ଶୁଭେଚ୍ଛା ଜଣାଇଛନ୍ତି । ରାଜଧାନୀ ଭୁବନେଶ୍ଵର ଓ ଭାଇଚାରାର ସହର କଟକରେ ବିଭିନ୍ନ ସମ୍ପ୍ରଦାୟର ଲୋକ ମିଳିତ ଭାବରେ ଇଦ୍ ଶୁଭେଚ୍ଛା ଜଣାଉଛନ୍ତି। ସହରର ଦରଘାରେ ନମାଜ ପାଠ ସହ ଆଲିଙ୍ଗନ କରି ଇଦ୍ ମୁବାରକ ଜଣାଉଛନ୍ତି। ବଳିଦାନର ଏହି ପର୍ବକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବାକୁ କମିଶନରେଟ ପୋଲିସ ଓ ସିଏମସି, ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼