Masthead

‘ମୋ ଖତ’ର ଶୁଭାରମ୍ଭ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ରାଜଧାନୀରେ ଜୈବିକ ସାର ‘ମୋ ଖତ’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର । ଏହି ଅବସରରେ ଶ୍ରୀ ମହାପାତ୍ର କହିଛନ୍ତି ଯେ ବର୍ତ୍ତମାନ ଭୁବନେଶ୍ୱରରେ କାର୍ୟ୍ୟକ୍ଷମ ଥିବା ମାଇକ୍ରୋ କମ୍ପୋଷ୍ଟ ସେଣ୍ଟର(ଏମ୍‌.ସି.ସି)ମାନଙ୍କରୁ ବାହାରୁ ଥିବା ଜୈବିକ ଖତ ବଜାରରେ ଉପଲବ୍ଧ ହେବ । ଏହା ଦ୍ୱାରା ଭୁବନେଶ୍ୱର ମହାନଗର ନିଗମରେ ଡମ୍ପିଂୟାର୍ଡ ସମସ୍ୟାର ସମାଧାନ ହେବ ଏବଂ ପର୍ୟ୍ୟାୟ କ୍ରମେ ଏହି କାର୍ୟ୍ୟକ୍ରମ ଅନ୍ୟ ସହରାଞ୍ଚଳରେ ଆରମ୍ଭ ହେବ । ‘ମୋ ଖତ’ ନାମରେ ଏହି ଖତ ପ୍ରସ୍ତୁତିରେ ଭୁବନେଶ୍ୱର ନାଗରିକମାନଙ୍କର ଯଥେଷ୍ଟ ଯୋଗଦାନ ରହିଛି । ନିୟମିତ ଓଦା ଏବଂ ଶୁଖିଲା ବର୍ଜ୍ୟବସ୍ତୁକୁ ପୃଥକ ପୃଥକ ଭାବେ ଭୁବନେଶ୍ୱର ମହାନଗର ନିଗମର ସଫେଇ କର୍ମଚାରୀଙ୍କୁ ନେଇ ବର୍ଜ୍ୟର ବିଜ୍ଞାନସମ୍ମତ ପରିଚାଳନାକୁ ପ୍ରମାଣିତ କରିବାରେ ସେମାନେ ନିଜର କର୍ତ୍ତବ୍ୟ ସଂପାଦନ କରିଛନ୍ତି ।

ପରିମଳ ବ୍ୟବସ୍ଥାକୁ ଉନ୍ନତରୁ ଉନ୍ନତ୍ତର କରି ଭୁବନେଶ୍ୱରକୁ ଏକ ସ୍ୱଚ୍ଛ ସହର ଭାବେ ପ୍ରତିଷ୍ଠିତ କରିବାରେ ନାଗରିକମାନଙ୍କର ସହଯୋଗକୁ ମୁଖ୍ୟ ଶାସନ ସଚିବ ପ୍ରଶଂସା କରିଥିଲେ । ‘ମୋ ଖତ’ ଜୈବିକ ସାର ୫ କି.ଗ୍ରା ପ୍ୟାକେଟ୍‌କୁ ୧୨୫ ଟଙ୍କାରେ ବିକ୍ରୟ କରାଯିବ । ବିକ୍ରୟ କେନ୍ଦ୍ର ଏସ୍‌.ଏଚ୍‌.ଜିର ଦାୟିତ୍ୱରେ ରହିବ । କ୍ରମାଗତ ଭାବେ ବିଭିନ୍ନ ବିଭାଗର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ସାର ଯୋଗାଇ ଦିଆଯିବ । ଏଥିରୁ ପ୍ରାପ୍ତ ଅର୍ଥ ଏମ୍‌ସିସିକୁ ସ୍ୱୟଂଚାଳିତ କରିବାରେ ବିନିଯୋଗ ହେବ । ଏହି ବିକ୍ରୟ କେନ୍ଦ୍ର ଦିନ ୧୦ଟାରୁ ସନ୍ଧ୍ୟା ୭ଟା ପର୍ୟ୍ୟନ୍ତ ଖୋଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା