Masthead

ମୋ ସରକାର ଜନସାଧାରଣଙ୍କର ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ସଚିବଙ୍କ ଉଡ଼ାଣ, ନବୀନଙ୍କ ଉତ୍ତର । ସଚିବଙ୍କ ହେଲିକପ୍ଟର ଉଡ଼ାଣ ଖର୍ଚ୍ଚକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା । ଆଉ ଏହି ପ୍ରସଙ୍ଗରେ ଉଠିଛି ପଡ଼ିଛି ବିଧାନସଭା । ଗୃହରେ ନିଜେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିରୋଧୀଙ୍କ ଅଭିଯୋଗ ହେଉ କିମ୍ବା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ହିସାବ, ସବୁକୁ ବାଏଁ ବାଏଁ ଉଡ଼େଇ ଦେଇଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ଗୃହରେ 5ଟି ସଚିବଙ୍କ କଥା ନିର୍ଦ୍ଦିଷ୍ଟ ଭାବେ ନ କହି, ତାଙ୍କ ଦପ୍ତର ସାରା ରାଜ୍ୟକୁ ଅଭିଯୋଗ ଶୁଣାଣି ପାଇଁ ଯାଇଥିବା କହିଛନ୍ତି । ଆଉ ଏହା ତାଙ୍କ ନିର୍ଦ୍ଦେଶରେ ହେଉଛି । ଆଉ ହେଲିକପ୍ଟର ଉଡ଼ାଣ ବାବଦରେ ମାସକୁ ମାତ୍ର କୋଟିଏରୁ ଦେଢ଼ କୋଟି ଖର୍ଚ୍ଚ ହେଉଛି ।

ନବୀନ କହିଛନ୍ତି, ମୋ ସରକାର ଜନସାଧାରଣଙ୍କର ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛି। ୨ ବର୍ଷ ଧରି କୋଭିଡ କଟକଣା ଲାଗୁ ରହିବା ଫଳରେ ଅଭିଯୋଗ ସମାଧାନରେ ସମସ୍ୟା ଦେଖାଦେଲା ଏବଂ ଲୋକଙ୍କ ଘର ପାଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ନେଇ ପହଞ୍ଚାଇବା ପାଇଁ ମୁଁ ଚିନ୍ତା କଲି। ୬ ମାସ ମଧ୍ୟରେ ରାଜ୍ୟର ୧୯୦ ରୁ ଅଧିକ ସ୍ଥାନରେ ଏହି ଅଭିଯୋଗ ଶୁଣାଣୀ ଆୟୋଜନ କରାଗଲା। ଏହି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ଲୋକଙ୍କ ଠାରୁ ୫୭୪୪୨ଟି ଦରଖାସ୍ତ ଗ୍ରହଣ କରିଥିଲା ଏବଂ ଆଜି ପର୍ୟ୍ୟନ୍ତ ୪୩୫୩୬ ଦରଖାସ୍ତର ଫୈସଲା କରାଯାଇଛି। ଏହା ସହ ସେ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ଦ୍ବାରା ପରିଚାଳିତ ଏବଂ ଭୁବନେଶ୍ବରରେ ମାନ୍ୟବର ମନ୍ତ୍ରୀ ମାନଙ୍କର ଏହି ବ୍ୟବସ୍ଥାରେ ସାମିଲ ହେବାରେ କୌଣସି ଆବଶ୍ୟକତା ପଡିନାହିଁ। ଗୋଟିଏ ଅଭିଯୋଗ ଦରଖାସ୍ତ ମିଳିବା ପରେ ଏହାକୁ ସଂପୃକ୍ତ ବିଭାଗକୁ ପଠାଯାଇଥାଏ ।

ତେଣୁ ଏଥିରେ ମାନ୍ୟବର ମନ୍ତ୍ରୀ ବନାମ ଅଫିସର ପ୍ରସଙ୍ଗ ଉଠୁଛି କେଉଁଠି ? ଗତ ସାଢେ ତିନି ବର୍ଷ ମଧ୍ୟରେ ଆମେ ହେଲିକପ୍ଟର ବ୍ୟବହାରରେ ୪୦ କୋଟି ଟଙ୍କା ଖର୍ଚ୍ଚ କରିଛୁ। ଗତ ୬ ମାସ ମଧ୍ୟରେ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ବ୍ୟାପକ ଭାବରେ ହେଲିକପ୍ଟର ବ୍ୟବହାର କରାଯାଇଛି, ଯାହାର କି ହାରାହାରି ଖର୍ଚ୍ଚ ମାସ ପିଚ୍ଛା କୋଟିଏ ରୁ ଦେଢ କୋଟି ଟଙ୍କା ମଧ୍ୟରେ ହୋଇଛି । ହେଲିକପ୍ଟର ବ୍ୟବହାରରେ ମାତ୍ରାଧିକ ଖର୍ଚ୍ଚ ସଂକ୍ରାନ୍ତୀୟ ଅଭିଯୋଗ ସଂପୂର୍ଣ୍ଣ ମିଥ୍ୟା ଓ ଅଭିସନ୍ଧିମୂଳକ ବୋଲି ନବୀନ କହିଛନ୍ତି ।ଏହା ସହ ଜନବିରୋଧୀ ଶବ୍ଦ ବ୍ୟବହାର କରି ସେ କହିଲେ, ମୁଁ ବୁଝିପାରୁ ନାହିଁ, ଲୋକଙ୍କ ସମସ୍ୟା ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପକୁ କିଏ କିପରି ବିରୋଧ କରିପାରିବ ? ଏଭଳି ବିରୋଧ ଜନବିରୋଧୀ ଏବଂ ଜନସାଧାରଣ ଏଭଳି ମନୋବୃତ୍ତିକୁ ଉଚିତ ଜବାବ ଦେବେ । ଜନସାଧାରଣ ଖୁସିଲୋକ ପ୍ରତିନିଧିମାନେ ଖୁସି । ବିରୋଧୀ ଦଳର ସଦସ୍ୟମାନେ କେବଳ ରାଜନୈତିକ କାରଣ ଦୃଷ୍ଟିରୁ ଅସନ୍ତୁଷ୍ଟ ହେବା ଉଚିତ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ!