Masthead

ବିଜେଡି ଛାଡିଲେ ଏନ ଭାସ୍କର ରାଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିକୁ ବଡ଼ ଝଟକା । ଦଳ ଛାଡିଲେ ଏହି ବରିଷ୍ଠ ନେତା ।  ରାଜନୀତିରେ ହଇଚଇ ।  ଜିଲାରେ ବିଜେଡିରେ ବରିଷ୍ଠ ନେତା ଓ କର୍ମୀଙ୍କ ମନରେ କୁହୁଳିଛି ଅସନ୍ତୋଷର ନିଆଁ । ଏହି ସମୟରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏହି ଅବସରରେ ସେ ଏକ ବଡ଼ ଘୋଷଣା କରି ବିଜୁ ସ୍ବାଭିମାନ ମଞ୍ଚ ଗଠନ ହେବା ନେଇ ସୂଚନା ଦେଇଛନ୍ତି।  ତାଙ୍କ ସହ ଲାଲ ବିହାରୀ ହିମରିକା ମଧ୍ୟ ଇସ୍ତଫା ଦେଇଥିବା ଜଣାପଡ଼ିଛି ।

ବିଜେଡିର କାର୍ଯ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଥିଲେ ଭାସ୍କର ରାଓ । ସାମ୍ବାଦିକ ସମ୍ମିଳନୀରେ ନିଜ ଅସନ୍ତୋଷ ଝାଡ଼ିଛନ୍ତି ରାଓ  । ଜିଲ୍ଲା ସଭାପତି ଚୟନକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି । କହିଛନ୍ତି, ’ବିଜେଡିର ସଭାପତି ଚୟନ ସମସ୍ତଙ୍କ ମନରେ ଆଘାତ ଦେଇଛି  । ପରାଜିତ ବ୍ୟକ୍ତିଙ୍କୁ ସଭାପତି ପଦ ଦିଆଯାଇଛି  । ହେଲେ ଦକ୍ଷ ନେତାଙ୍କୁ ପଚରାଯାଉନି । କେହି ଭାବିନଥିଲେ ଏଭଳି ନିଷ୍ପତ୍ତି ନିଆଯିବ ବୋଲି । ଆମେ ନବୀନ ବିରୋଧୀ ନୁହେଁ, କିନ୍ତୁ ବିଜୁ ପ୍ରେମୀ   । କର୍ମୀ ଯାହା ନିଷ୍ପତ୍ତି ନେବେ ଆମେ ମାନିବୁ । କଂଗ୍ରେସ ବିରୋଧରେ ଆମେ ଲଢେଇ କରୁଥିଲୁ  । ହେଲେ ଏସବୁକୁ ଅଣଦେଖା କରାଗଲା ’ । ରାଜନୀତି ପଛ ଜିଲ୍ଲା ଲୋକଙ୍କ କଥା ଆଗ ବୋଲି କହିଛନ୍ତି ବିଜେଡି ନେତା ଏନ ଭାସ୍କର ରାଓ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ