Masthead

ନବ ଦାସ ହତ୍ୟା ଘଟଣା, କ୍ରାଇମବ୍ରାଞ୍ଚ ହାତରେ ଲାଗିଲା ନୂଆ ତଥ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣା । ହତ୍ୟାର ୨୫ ଦିନ ପରେ ବି ହତ୍ୟା ରହସ୍ୟ ଉପରୁ ଉଠିନି ପରଦା । ତଦନ୍ତକାରୀ ସଂସ୍ଥା ହାତରେ ଲାଗିଛି ଯୋଜନାବଦ୍ଧ ଭାବେ ହତ୍ୟାର ତଥ୍ୟ । ଗୁଳିମାଡ଼ର ପୂର୍ବଦିନ ସୁନା ମୁଦି ବିକି ଭାଇକୁ ଟଙ୍କା ଦେଇଥିଲା ଗୋପାଳ । ଏବେ ଗୋପାଳକୁ ନେଇ ଏକ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ନବ ଦାସଙ୍କୁ ଗୋପାଳ କିପରି ଯୋଜନାବଦ୍ଧ ଭାବେ ହତ୍ୟା କରିଥିଲା ତାର ତଥ୍ୟ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି । ହତ୍ୟା କରିବା ପୂର୍ବରୁ ବଡ଼ ଭାଇକୁ ଝାରସୁଗୁଡ଼ାରୁ ପଠାଇଦେଇଥିଲା ଗୋପାଳ । ଏଥିପାଇଁ ହତ୍ୟାକାଣ୍ଡ ପୂର୍ବଦିନ ଏକ ସୁନା ମୁଦି ବିକ୍ରି କରିଥିଲା ।

୮ହଜାର ୫୦୦ ଟଙ୍କାରେ ଝାରସୁଗୁଡ଼ାରେ ସୁନା ମୁଦି ବିକ୍ରି କରି ବଡ଼ ଭାଇକୁ ୬ହଜାର ଟଙ୍କା ଦେଇଥିଲା ଏବଂ ୨୯ ତାରିଖ ସକାଳେ ଷ୍ଟେସନରେ ଛାଡ଼ି ଦେଇଥିଲା । ଏହା ସହ ୫ ଶହ ଟଙ୍କାରେ ଏକ ରୂପା ମୁଦି କିଣିଥିଲା ଗୋପାଳ । ଜଣେ ମାନସିକ ରୋଗୀ ମୁଲଚାଲ କରି ମୁଦି ବିକିବା ଓ ପଇସା ଆଣି ହିସାବ କରି ଭାଇକୁ ଦେବା କାମ ଠିକରେ କରିପାରିବ ନାହିଁ । ତେଣୁ ଗୋପାଳ ସୁସ୍ଥ ମସ୍ତିଷ୍କରେ ଗୁଳି କରିଥିବା କୋର୍ଟରେ ଦାବି କରିବ କ୍ରାଇମବ୍ରାଞ୍ଚ । ବିଧାନସଭା ଅଧିବେଶନର ଠିକ ଗୋଟିଏ ଦିନ ପୂର୍ବରୁ ଗୋପାଳର ଏକ ଭିଡିଓ ଓ ଫଟୋ ଭାଇରାଲ ହୋଇଥିଲା । ଯାହା ସାରା ରାଜ୍ୟରେ ଆଲୋଚନାର ବିଷୟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ