Masthead

ସଂସଦରେ ଉଠିଲା ନବ ଦାସ ହତ୍ୟା ଘଟଣା , ସିବିଆଇ ତଦନ୍ତ ଦାବି

ନୂଆଦିଲ୍ଲୀ(ବଡ ଖବର ବ୍ୟୁରୋ) : ସଂସଦରେ ଉଠିଲା ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣା । ଆଜି ସଂସଦରେ ବରଗଡ଼ ସାଂସଦ ସୁରେଶ ପୂଜାରୀ ନବ ଦାସଙ୍କ ହତ୍ୟା ଘଚଣାର ସିବିଆଇ ତଦନ୍ତ ଦାବି କରିଛନ୍ତି । ସଂସଦରେ ଶୁନ୍ୟ କାଳରେ ନବ ଦାସଙ୍କ ହତ୍ୟା ଘଟଣାର ଉଲ୍ଲେଖ କରି ସିବିାଇ ତଦନ୍ତ ଦାବି କରିଛନ୍ତି ବିଜେପି ସାଂସଦ ସୁରେଶ ପୂଜାରୀ । ନବ ଦାସଙ୍କ ହତ୍ୟା ଘଟଣାକୁ ସଂସଦରେ ଉଠାଇ ଶ୍ରୀ ପୂଜାରି କହିଛନ୍ତି କ୍ରାଇମବ୍ରାଞ୍ଚ ଦ୍ବାରା ତଦନ୍ତ ଫଳପ୍ରଦ ହେବ ନାହିଁ।

ଏଣୁ ଏହାର ତଦନ୍ତ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନଭେସ୍ଟିକେସନ୍ (ସିବିଆଇ)ଦ୍ୱାରା ହେବା ଦରକାର। ସୂଚନା ଥାଉ କି ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ଜାନୁଆରି ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ୟ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ।

ସେ ସେହି କାର୍ୟ୍ୟକ୍ରମସ୍ଥଳରେ ପହଞ୍ଚି ତାଙ୍କ କାରରୁ ବାହାରିବା ସମୟରେ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ତାଙ୍କୁ ଗୁଳି କରିଥିଲା। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବାରୁ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ବରସ୍ଥିତ ଆପଲୋରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ଏହି ଘଟଣାରେ ଅଭିଯୁକ୍ତ ଏଏଏସ୍‌ଆଇ ଗୋପାଳକୃଷ୍ଣକୁ ଗିରଫ କରି ତଦନ୍ତ କରୁଛି କ୍ରାଇମ୍‌ବ୍ରାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ