Masthead

ବିଧାନସଭାରେ ନବ ଦାସଙ୍କ ହତ୍ୟାକାଣ୍ଡର ଏକ୍ସପୋଜ ହେବ: ଜୟନାରାୟଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟାକାଣ୍ଡର ଗୁମର ଖୋଲୁଛି ବୋଲି ମୋ ବିରୁଦ୍ଧରେ ଷଡଯନ୍ତ୍ର ହେଉଛି । ଏଭଳି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ବିଧାନସଭାରେ ନବ ଦାସଙ୍କ ହତ୍ୟାକାଣ୍ଡର ଏକ୍ସପୋଜ ହେବ । ଘଟଣା ପଛରେ ଅନେକ ରହସ୍ୟ ରହିଛି । ମୋତେ ମ୍ୟାନେଜ ନ କରି ପାରିବାରୁ ମୋ ବିରୁଦ୍ଧରେ ଏହି ଷଡ଼ଯନ୍ତ୍ର କରାଯାଇଛି । ମୁଁ ନବ ଦାସଙ୍କ ହତ୍ୟାକାଣ୍ଡର ଗୁମର ଖୋଲୁଥିବାରୁ ସେମାନେ ଭୟଭୀତ ହୋଇ ଯାଇଛନ୍ତି । ମୋ ବିରୁଦ୍ଧରେ ଥିବା ଅଭିଯୋଗକୁ ନେଇ ଯଦି ସେମାନେ ଆଲୋଚନା କରିବାକୁ ଚାହୁଁଛନ୍ତି ମୁଁ ଖୋଲା ଡ଼ିବେଟ ପାଇଁ ପ୍ରସ୍ତୁତ ।ଜୟନାରାୟଣ ଆହୁରି ମଧ୍ୟ କହିଛନ୍ତି ଯେ, ବିଧାନସଭାରେ ବି ଯଦି ମୋ ବିଷୟ ସେମାନେ ଉଠେଇବେ ମୁଁ ଆଲୋଚନା ପାଇଁ ପ୍ରସ୍ତୁତ । ଗତକାଲି କିନ୍ନରମାନେ ଆସିଥିଲେ ବିକ୍ଷୋଭ କରିବା ପାଇଁ ମିଠା ଖାଇ ମୋତେ ଆଶୀର୍ବାଦ କରି ଯାଇଛନ୍ତି । ସେହିପରି ଆଜି ଯେଉଁ ବିକ୍ଷୋଭ ହେଇଛି ସେମାନେ ଗତକାଲି ମୋ ଘରକୁ ଆସି କହିଥିଲେ ଯେ ଆମକୁ ଉପରୁ ନିର୍ଦ୍ଦେଶ ଅଛି ବିକ୍ଷୋଭ କରିବା ପାଇଁ ଆମେ ଆପଣ ଘର ଆଗରେ ଟିକିଏ ବିକ୍ଷୋଭ କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ