Masthead

ବିଧାନସଭାରେ ନବ ଦାସଙ୍କ ହତ୍ୟାକାଣ୍ଡର ଏକ୍ସପୋଜ ହେବ: ଜୟନାରାୟଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟାକାଣ୍ଡର ଗୁମର ଖୋଲୁଛି ବୋଲି ମୋ ବିରୁଦ୍ଧରେ ଷଡଯନ୍ତ୍ର ହେଉଛି । ଏଭଳି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ବିଧାନସଭାରେ ନବ ଦାସଙ୍କ ହତ୍ୟାକାଣ୍ଡର ଏକ୍ସପୋଜ ହେବ । ଘଟଣା ପଛରେ ଅନେକ ରହସ୍ୟ ରହିଛି । ମୋତେ ମ୍ୟାନେଜ ନ କରି ପାରିବାରୁ ମୋ ବିରୁଦ୍ଧରେ ଏହି ଷଡ଼ଯନ୍ତ୍ର କରାଯାଇଛି । ମୁଁ ନବ ଦାସଙ୍କ ହତ୍ୟାକାଣ୍ଡର ଗୁମର ଖୋଲୁଥିବାରୁ ସେମାନେ ଭୟଭୀତ ହୋଇ ଯାଇଛନ୍ତି । ମୋ ବିରୁଦ୍ଧରେ ଥିବା ଅଭିଯୋଗକୁ ନେଇ ଯଦି ସେମାନେ ଆଲୋଚନା କରିବାକୁ ଚାହୁଁଛନ୍ତି ମୁଁ ଖୋଲା ଡ଼ିବେଟ ପାଇଁ ପ୍ରସ୍ତୁତ ।ଜୟନାରାୟଣ ଆହୁରି ମଧ୍ୟ କହିଛନ୍ତି ଯେ, ବିଧାନସଭାରେ ବି ଯଦି ମୋ ବିଷୟ ସେମାନେ ଉଠେଇବେ ମୁଁ ଆଲୋଚନା ପାଇଁ ପ୍ରସ୍ତୁତ । ଗତକାଲି କିନ୍ନରମାନେ ଆସିଥିଲେ ବିକ୍ଷୋଭ କରିବା ପାଇଁ ମିଠା ଖାଇ ମୋତେ ଆଶୀର୍ବାଦ କରି ଯାଇଛନ୍ତି । ସେହିପରି ଆଜି ଯେଉଁ ବିକ୍ଷୋଭ ହେଇଛି ସେମାନେ ଗତକାଲି ମୋ ଘରକୁ ଆସି କହିଥିଲେ ଯେ ଆମକୁ ଉପରୁ ନିର୍ଦ୍ଦେଶ ଅଛି ବିକ୍ଷୋଭ କରିବା ପାଇଁ ଆମେ ଆପଣ ଘର ଆଗରେ ଟିକିଏ ବିକ୍ଷୋଭ କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି