Masthead

ତ୍ରୁଟି ସୁଧାରିବେ ସରକାର, ନବ ବାବୁଙ୍କ ମୂର୍ତ୍ତିର ହେବ ପୁନଃନିର୍ମାଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତ୍ରୁଟି ସୁଧାରିବେ ସରକାର । ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନୁଗୋଳରେ ପୁନଃସ୍ଥାପନ କରାଯିବ । ବିଧାନସଭା ସମ୍ମୁଖରେ ନିର୍ମିତ ପ୍ରତିମୂର୍ତ୍ତି ଢାଞ୍ଚାରେ ନୂଆ ପ୍ରତିମୂର୍ତ୍ତି ନିର୍ମାଣ ହେବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ନବକୃଷ୍ଣ ଚୌଧୁରୀ ଓ ମାଳତୀ ଦେବୀଙ୍କ ଅନୁଗୋଳସ୍ଥିତ ବାଜିରାଉତ ଛାତ୍ରାବାସର ପୁନରୁଦ୍ଧାର, ସଂରକ୍ଷଣ, ତଥା ସମୂହ ବିକାଶ ପାଇଁ ସରକାର ଯଥାଶୀଘ୍ର ପଦକ୍ଷେପ ନେବେ । ସଂସ୍କୃତି ବିଭାଗର ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଅଫିସର ଦଳ ଗୁରୁବାର ବାଜି ରାଉତ ଛାତ୍ରାବାସ ଗସ୍ତ କରିବେ । ଏହି ଅଫିସର ଦଳରେ ଓବିସିସିର ପରିଚାଳନା ନିର୍ଦ୍ଦେଶକ, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ, ଶିଳ୍ପୀ ଜୟନ୍ତ ଦାସ ଅନୁଗୋଳ ଗସ୍ତ କରିବେ । ଅନୁଗୋଳରେ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତିକୁ ହଟାଇ ଦିଆଯାଇଛି । ନୂତନ ପୂର୍ଣ୍ଣୟାବୟବ ପ୍ରତିମୂର୍ତ୍ତି ନିର୍ମାଣ ହୋଇସାରିଲେ ତାହା ପୁନଃସ୍ଥାପିତ ହେବ । ସଂସ୍କୃତି ବିଭାଗ ସମସ୍ତ କାର୍ଯ୍ୟ ତଦାରଖ କରିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ