ତ୍ରୁଟି ସୁଧାରିବେ ସରକାର, ନବ ବାବୁଙ୍କ ମୂର୍ତ୍ତିର ହେବ ପୁନଃନିର୍ମାଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତ୍ରୁଟି ସୁଧାରିବେ ସରକାର । ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନୁଗୋଳରେ ପୁନଃସ୍ଥାପନ କରାଯିବ । ବିଧାନସଭା ସମ୍ମୁଖରେ ନିର୍ମିତ ପ୍ରତିମୂର୍ତ୍ତି ଢାଞ୍ଚାରେ ନୂଆ ପ୍ରତିମୂର୍ତ୍ତି ନିର୍ମାଣ ହେବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ନବକୃଷ୍ଣ ଚୌଧୁରୀ ଓ ମାଳତୀ ଦେବୀଙ୍କ ଅନୁଗୋଳସ୍ଥିତ ବାଜିରାଉତ ଛାତ୍ରାବାସର ପୁନରୁଦ୍ଧାର, ସଂରକ୍ଷଣ, ତଥା ସମୂହ ବିକାଶ ପାଇଁ ସରକାର ଯଥାଶୀଘ୍ର ପଦକ୍ଷେପ ନେବେ । ସଂସ୍କୃତି ବିଭାଗର ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଅଫିସର ଦଳ ଗୁରୁବାର ବାଜି ରାଉତ ଛାତ୍ରାବାସ ଗସ୍ତ କରିବେ । ଏହି ଅଫିସର ଦଳରେ ଓବିସିସିର ପରିଚାଳନା ନିର୍ଦ୍ଦେଶକ, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ, ଶିଳ୍ପୀ ଜୟନ୍ତ ଦାସ ଅନୁଗୋଳ ଗସ୍ତ କରିବେ । ଅନୁଗୋଳରେ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତିକୁ ହଟାଇ ଦିଆଯାଇଛି । ନୂତନ ପୂର୍ଣ୍ଣୟାବୟବ ପ୍ରତିମୂର୍ତ୍ତି ନିର୍ମାଣ ହୋଇସାରିଲେ ତାହା ପୁନଃସ୍ଥାପିତ ହେବ । ସଂସ୍କୃତି ବିଭାଗ ସମସ୍ତ କାର୍ଯ୍ୟ ତଦାରଖ କରିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ